ଚାଷ ଜମି ଫାଟି ଆଁ ମରୁଡ଼ି ଆଶଙ୍କା: ଚାଷୀକୂଳ ହତାଶ

ତେଲକୋଇ, ୨୪।୭(ଡି.ଏନ.ଏ.): ସ୍ବଳ୍ପ ବୃଷ୍ଟି ପାତ ଯୋଗୁଁ ତେଲକୋଇ ବ୍ଲକରେ ଚାଷ ଜମି ଫାଟି ଆଁ କଲାଣି। ଧାନ ରୁଆ, ବିହୁଡା ଠପ ହୋଇଥିବା ବେଳେ ଧାନ ତଳି ହଳଦିଆ ହୋଇ ପଡିଛି। ଶ୍ରାବଣ ମାସ ଆରମ୍ଭ ହୋଇଥିବା ବେଳେ ବର୍ଷା ର ଦେଖା ନାହିଁ। ଅନ୍ୟପକ୍ଷରେ ବର୍ଷାର ଅଭାବ ଯୋଗୁଁ ନଦୀ ନାଳର ଜଳ ଉତ୍ସ ଗୁଡିକରେ ପାଣି ନାହିଁ । ବ୍ଲକ ଅଧୀନରେ ୧୨ହଜାର ହେକ୍ଟରରୁ ଊର୍ଦ୍ଧ୍ୱ ଧାନକ୍ଷେତ ମାତ୍ର ୫ପ୍ରତିଶତ କାର୍ଯ୍ୟ ହୋଇଯାଇଛି। ଏହି ୫ପ୍ରତିଶତ ଚାଷ ଜମିରେ ଚାଷ ବଞ୍ଚାଇବା ପାଇଁ ଚାଷୀ ମାନେ ମୋଟର ସାହାଯ୍ୟରେ ପାଣି ମଡାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ତେବେ ଏହି ବ୍ଲକ ଅଧୀନରେ ୧୨ଟି କ୍ଷୁଦ୍ର ଜଳ ସେଚନ ପ୍ରକଳ୍ପ ରହିଛି । ଏଥିରେ ୬ହଜାର ହେକ୍ଟର ଜମିରେ ଜଳସେଚନର ଯୋଜନା ରହିଥିଲେ ହେଁ କୌଣସି ପ୍ରକଳ୍ପରେ ପାଣି ନାହିଁ। ଏଥି ଯୋଗୁଁ ଚାଷ କାର୍ଯ୍ୟରେ ଗୁରୁତର ବାଧା ସୃଷ୍ଟି ହୋଇଛି । ଏହି ଅଞ୍ଚଳରେ ମୁଖ୍ୟ ଜୀବିକା ଧାନ ଚାଷ ହୋଇଥିବା ବେଳେ ଚାଷୀ କୂଳ ହତାଶ ହୋଇପଡିଛନ୍ତି। ଜୁଲାଇ ମାସରେ ଆଦୌବର୍ଷା ହୋଇନଥିବା ଯୋଗୁଁ ଚାଷୀଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି। କୃଷି ବିଭାଗର ଅଧିକାରୀ ଶିବାନୀ ସାହୁଙ୍କ କହିବାନୁଯାୟୀ ବର୍ଷାର ଅଭାବ ଯୋଗୁଁ ବ୍ଲକ ଅଧୀନରେ ମାତ୍ର ୧୨୪ହେକ୍ଟର ଚାଷ ଜମିରେ ଚାଷ କାର୍ଯ୍ୟହୋଇଛି। ହେଲେ ଉକ୍ତ ଜମି ପାଇଁ ପାଣିର ଆବଶ୍ୟକ ରହିଥିବା ବେଳେ ଆଗାମୀ ୨/୩ ଦିନ ମଧ୍ୟରେ ବର୍ଷା ନହେଲେ ଚାଷୀଙ୍କ ପ୍ରଭୃତ କ୍ଷତି ସମ୍ଭାବନା ହେବା ସ୍ବୀକାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri