ଚାଷ ପାଇଁ ପାଣି ନାହିଁ: ମେଗା ପ୍ରକଳ୍ପ ଅଫିସ୍‌ରେ ତାଲା ପକାଇଲେ ଚାଷୀ

ଘଣ୍ଟାପଡା, ୧୯।୭ (ଡି.ଏନ.ଏ): ଅନିୟମିତ ବର୍ଷା ଯୋଗୁ ଘଣ୍ଟାପଡା ଅଞ୍ଚଳରେ ଧାନଚାଷ ଉଜୁଡିବାକୁ ବସିଲାଣି । ଆଷାଢ଼ ମାସ ସରି ଶ୍ରାବଣ ହେଲା, ବର୍ଷାର ନାଁ ଗନ୍ଧ ନାହିଁ । ପ୍ରଥମ ଲଘୁଚାପ ବର୍ଷାରେ ବୁଣା ହୋଇଥିବା ଧାନ ଓ ତଳି ମରିବାକୁ ବସିଲାଣି । ଲୋକେ ଏବେ କେତେକ ସ୍ଥାନରେ ଇନ୍ଦ୍ରପୂଜା, ବେଙ୍ଗବେଙ୍ଗୁଲି ବିବାହ, ଯଜ୍ଞ, ନାମ ସଂକୀର୍ତ୍ତନ ଆରମ୍ଭ କଲେଣି । ତଥାପି ବର୍ଷା ହେଉନାହିଁ । ଘଣ୍ଟାପଡା ସ୍ଥିତ ତେଲ ନଦୀରେ ମଧ୍ୟ ପାଣି ନାହିଁ । ଏପରି ପରିସ୍ଥିତିରେ ଚାଷୀମାନେ ମେଗା ପଏଣ୍ଟ ଉପରେ ଭରସା କରିଛନ୍ତି । ମାତ୍ର ୨୦୧୮ରୁ ଏହି ମେଗା ପଏଣ୍ଟ ଉଦଘାଟନ ହୋଇଥିଲେ ସୁଦ୍ଧା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇନାହିଁ । ଫଳରେ ମେଗା ପଏଣ୍ଟ ଚାଷୀଙ୍କ ଆବଶ୍ୟକତା ପୂରଣ କରିବାରେ ଅସମର୍ଥ । ଏହାର ପ୍ରତିବାଦରେ ଶୁକ୍ରବାର ସକାଳ ସାଢେ ୮ଟାରେ ଚାଷୀମାନେ ଘଣ୍ଟାପଡା ସ୍ଥିତ ତମ୍ବାସିନା ପାର୍ବତୀ ଗିରି ମେଗା ପ୍ରକଳ୍ପ କାର୍ଯ୍ୟାଳୟରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଘଟଣାକୁ ୧୮ ଘଣ୍ଟା ବିତିଯାଇଥିଲେ ସୁଦ୍ଧା ମେଗା ପଏଣ୍ଟ ନିର୍ମାଣକାରୀ ଏଲଏଣ୍ଡଟି ସଂସ୍ଥାର କୌଣସି ଉଚ୍ଚ ପଦସ୍ଥ କର୍ମଚାରୀ କିମ୍ବା ସରକାରୀ ଅଧିକାରୀଙ୍କ ଦେଖାନାହିଁ । ଏପରିସ୍ଥଳେ ଲୋକମାନଙ୍କ ଅସନ୍ତୋଷ ବଢିବାରେ ଲାଗିଛି । ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ପାଣଇ ନ ମିଳିଲେ ସମସ୍ତ ମେଶିନକୁ ଅଚଳ କରିବାକୁ ବାଧ୍ୟ ହେବୁ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି । ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ଘଣ୍ଟାପଡା, ପୋଡାପଦର, ଲଣ୍ଡାପଦର, କୁନାସିନା, ସୁର୍କାଭଟ୍ଟା, ନାରଣପାଲି, ତାଲବେଡା, କୋଡିବାହାଲ, ତେନ୍ତୁଳିଖୁଣ୍ଟି ଗ୍ରାମର ଶତାଧିକ ଚାଷୀ ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri