Posted inଫୁରସତ

ଚା’ ବିକାଳିଙ୍କ ଝିଅ ହେଲେ ବାୟୁସେନା ଫାଇଟର ପାଇଲଟ

ଭୋପାଳ, ୨୩।୬: ଇଛାଶକ୍ତି ଆଗରେ ସମସ୍ତ ବାଧା ହାର ମାନିଥାଏ। ଶେଷରେ ସଫଳତା ମିଳିଥାଏ। ଏହା ସଦ୍ୟତମ ଉଦାହରଣ ପାଲଟିଛନ୍ତି ମଧ୍ୟପ୍ରଦେଶର ଜଣେ ଚା’ ବିକାଳିଙ୍କ ଝିଅ। ସେ ଭାରତୀୟ ବାୟୁସେନାରେ ଫାଇଟର ପାଇଲଟ ହୋଇଛନ୍ତି। ସ୍ଥାନୀୟ ନିମଚ ଅଞ୍ଚଳରେ ସୁରେଶ ଗଙ୍ଗଓ୍ବାଲ ଏକ ଛୋଟ ଚା’ ଦୋକାନ କରିଛନ୍ତି। ଏଥିରୁ ମିଳୁଥିବା ଆୟରେ ତାଙ୍କର ଘର ଚଳିଥାଏ। ସୁରେଶଙ୍କ ୨୩ ବର୍ଷ ବୟସ୍କା ଝିଅ ଆଞ୍ଚଲ ଗଙ୍ଗଓ୍ବାଲ ଜୁନ ୨୦ରେ ବାୟୁସେନାରେ ଫାଇଟର ପାଇଲଟ ଭାବେ ଯୋଗ ଦେଇଛନ୍ତି। ସୁରେଶ କୁହନ୍ତି ସାରା ଜୀବନ ସଂଘର୍ଷରେ କଟିଗଲା। ଏବେ ଆଞ୍ଚଲର ଜୀବନରେ ଖୁସି ଆସିଛି। ନିଜର ସଫଳତା ନେଇ ଆଞ୍ଚଲ କୁହନ୍ତି ଯେ, ପିତାଙ୍କ ଉପଦେଶ ତାଙ୍କୁ ଏପର୍ଯ୍ୟନ୍ତ ନେଇଆସିଛି। ସୁରେଶ ସବୁବେଳେ ଆଞ୍ଚଲଙ୍କୁ ବିପଦରେ ଧର୍ଯ୍ୟହରା ନ ହେବାକୁ ପରାମର୍ଶ ଦେଇଥାନ୍ତି। ଲଢ଼େଇ ଜାରି ରଖିଲେ ଜୀବନ ସଂଘର୍ଷରେ ସଫଳତା ମିଳିଥାଏ ବୋଲି ସୁରେଶ ତାଙ୍କୁୁ ସବୁବେଳେ କହିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟସେବାରେ ପ୍ରାଣୀ ଚିକିତ୍ସକ

ମଣିଷର ଜୀବନଧାରଣରେ ପ୍ରାଣୀ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରି ୨୦୦୧ ମସିହାଠାରୁ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଅଛି ”ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ“। ପ୍ରତିବର୍ଷ ଏପ୍ରିଲ...

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri