ଚିକିଟି ଏନ୍‌ଏସିର ୫ ଓ୍ବାର୍ଡ କଣ୍ଟେନ୍‌ମେଣ୍ଟ ଜୋନ୍‌

ଚିକିଟି,୨୪ା୬(ଡି.ଏନ.ଏ.)- ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ୫ ଓ୍ବାର୍ଡକୁ ମଙ୍ଗଳବାର ଜିଲା ପ୍ରଶାସନ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିଛି। ୧୨ ଓ୍ବାର୍ଡ ବିଶିଷ୍ଟ ଏନ୍‌ଏସିର ଅନ୍ୟ ଓ୍ବାର୍ଡର କେତେକ ସ୍ଥାନକୁ ବଫର ଜୋନ୍‌ ଘୋଷଣା କରାଯାଇଥିବା ତହସିଲଦାର ହରପ୍ରସାଦ ଭୋଇ ସୂଚନା ଦେଇଛନ୍ତି। ୧ନଂ. ଠାରୁ ୫ନଂ. ୱାର୍ଡକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିବା ବେଳେ ଚିକିଟିପେଣ୍ଠରେ ଥିବା ୬ନଂ. ଠାରୁ ୯ନଂ. ୱାର୍ଡ, ୧୦ନଂ. ୱାର୍ଡର ଜେନାପୁର ଓ ଲୋକନାଥପୁର, ୧୧ନଂ. ଓ ୧୨ନଂ. ୱାର୍ଡ କରବାଲୁଆ ସମେତ ୩ କିମି ଦୂରରେ ଥିବା ଧାନଘର, କେ.ଗୋପିନାଥପୁର, ମୁକ୍ତାପୁର, ଜଗଡା, ଟି.କୂଳମଣିପୁରକୁ ବଫର ଜୋନ୍‌ ଘୋଷଣା କରାଯାଇଛି। ଗତ୧୯ରେ ଚିକିଟି ବଜାରର ଥିବା ଏକ ଇଲୋକ୍ଟ୍ରୋନିକ୍ସ ଦୋକାନର ୨ ଭାଇଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିଲା। ତାଙ୍କୁ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ପୁଣି ୨୧ତାରିଖରେ ଆଉ ୨ଜଣ ସ୍ଥାନୀୟ ଲୋକଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଏପରି ପଦକ୍ଷେପ ନିଆଯାଇଛି। ସ୍ବାସ୍ଥ୍ୟବିଭାଗ ଓ ପ୍ରଶାସନ ପକ୍ଷରୁ ଏମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି। ସମସ୍ତଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି ା କଣ୍ଟେନ୍‌ମେଣ୍ଟ ଅଞ୍ଚଳର ଲୋକଙ୍କ ଜରୁରୀ ଔଷଧ ଓ ଗ୍ରୋସରି ସାମଗ୍ରୀ ଯୋଗାଇ ଦେବା ବ୍ୟବସ୍ଥା ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀ ସୁଜିତ କୁମାର ଚୌଧୁରୀଙ୍କୁ ଦାୟିତ୍ୱ ଦିଆଯାଇଛି। ଚିକିଟି ବିଡିଓ ଫାଲୁଗୁନି ମାଝି ଓ ସିଡିପିଓଙ୍କୁ ସମସ୍ତ କାଯର୍‌ୟ ମନିଟରିଂ ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri