ଚିକିଟି ରାଜାଙ୍କ ପରଲୋକ

ଚିକିଟି,୨୮ା୧୨(ଡି.ଏନ.ଏ.)- ଗଞ୍ଜାମ ଜିଲା ଚିକିଟିର ରାଜା ତଥା ପୂର୍ବତନ ବିଧାୟକ ସଚ୍ଚିଦାନନ୍ଦ ଦେଓଙ୍କ ୯୮ ବର୍ଷରେ ଶୁକ୍ରବାର ସକାଳେ ଚିକିଟି ରାଜବାଟୀ ପରିସରରେ ପରଲୋକ ହୋଇଯାଇଛି। ସେ ଚିକିଟି ନିର୍ବାଚନ ମଣ୍ଡଳୀର ବିଧାୟିକା ଉଷା ଦେବୀଙ୍କ ଶ୍ୱଶୁର। ସଚ୍ଚିଦାନନ୍ଦ ଚିକିଟି ନିର୍ବାଚନମଣ୍ଡଳୀରୁ ୧୯୭୧ ଓ ୧୯୭୪ରେ କଂଗ୍ରେସରୁ ଲଗାତର ୨ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଚିକିଟି ଅଞ୍ଚଳର ବହୁ ଉନ୍ନୟନମୂଳକ କାର୍ଯ୍ୟ ସେ ବିଧାୟକ ଥିବା ସମୟରେ ହୋଇଥିଲା। ସେଥିମଧ୍ୟରୁ ଚିକିଟି ସିଟି ଟିଚର୍ସ ଟ୍ରେନିଂ ସେଣ୍ଟର, ଚିକିଟି ମହାବିଦ୍ୟାଳୟ, ଜର୍ଜ ପ୍ରାଥମିକ ବିଦ୍ୟାଳୟ, କୃଷ୍ଣପୁର ଓ ଖୁଦୁଡି ଗ୍ରାମରେ ଚକ୍ରବର୍ତ୍ତୀ ସାଗର ଜଳସେଚନ ପ୍ରକଳ୍ପ ଅନ୍ୟତମ। ପରମ୍ପରା ଅନୁଯାୟୀ ରାଜବାଟୀ ପରିସରରୁ ତାଙ୍କ ମରଶରୀରକୁ ଶୋଭାଯାତ୍ରାରେ ନଗର ପରିକ୍ରମା କରି ଚିକିଟିଗଡ ନିକଟ ରାଜଶ୍ମଶାନକୁ ନିଆଯାଇଥିଲା। ସେଠାରୁ ଅନ୍ତିମ ସଂସ୍କାର ପାଇଁ ପୁରୀ ସ୍ବର୍ଗଦ୍ୱାରକୁ ନିଆଯାଇଛି। ମରଶରୀର ଶୋଭାଯାତ୍ରାରେ ଚିକିଟି ଓ ପାତ୍ରପୁର ବ୍ଲକ୍‌ର ବହୁ ଜନସାଧାରଣ, ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ପୂର୍ବତନ ବାଚସ୍ପତି ଚିନ୍ତାମଣି ଦ୍ୟାନସାମନ୍ତରା ରାଜବାଟୀରେ ପହଞ୍ଚତ୍ ସଚ୍ଚିଦାନନ୍ଦ ଦେଓଙ୍କ ମରଶରୀରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଶିଶୁ ନିର୍ଯାତନା ନେଇ ସଚେତନ କାର୍ଯ୍ୟକ୍ରମ, ସୁରକ୍ଷିତ ଶୈଶବ….

ପୁରୁଷୋତ୍ତମପୁର,୧୮।୫( ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସୋମବାର ହିନ୍ଦି ପ୍ରଚାସଭା ପରିଷରରେ ସୁରକ୍ଷିତ ଶୈଶବ,…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri