ଚିକିତ୍ସାଧୀନ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ: ମୃତଦେହ ବ୍ୟବଚ୍ଛେଦ ପାଇଁ ଛାଡ଼ିଲେନି ପରିବାର ଲୋକେ

ସିମୁଳିଆ,୭।୧୨(ଡି.ଏନ୍‌.ଏ.) : ବାଲେଶ୍ୱର ଜିଲା ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଲତା ମଲିକ(୧୭) ନାମକ ଜଣେ ଚିକିତ୍ସାଧୀନ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଶନିବାର ସନ୍ଧ୍ୟା ପର୍ଯ୍ୟନ୍ତ ମୃତ ଛାତ୍ରୀଙ୍କ ପରିବାର ଲୋକେ ମୃତଦେହ ବ୍ୟବଚ୍ଛେଦ ପାଇଁ ନ ଛାଡ଼ି କ୍ଷତିପୂରଣ ଦାବିରେ ଅଡ଼ି ବସିଛନ୍ତି। ଘଟଣାସ୍ଥଳରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପଦ୍ମଲୋଚନ ପଣ୍ଡା, ତହସିଲଦାର ରବିନାରାୟଣ ସାହୁ, ମାର୍କୋଣା ସରପ ସାରସୀ ମହାନ୍ତି, ଥାନା ଅଧିକାରୀ ସଂଜୟ କୁମାର ପରିଡ଼ା ପ୍ରମୁଖ ପ୍ରମୁଖ ପହଞ୍ଚି ଆଲୋଚନା କରିଛନ୍ତି।
ସୂଚନାଯୋଗ୍ୟ, କ୍ଷୀରାକୋଣା ପଞ୍ଚାୟତ ନରଣପୁର ଅଞ୍ଚଳର ରମେଶ ମଲିକଙ୍କ ଝିଅ ଲତା ସ୍ଥାନୀୟ କ୍ଷୀରକୋଣା କଲେଜରେ ଯୁକ୍ତଦୁଇରେ ପଢନ୍ତି। ଗତ ଶୁକ୍ରବାର ବିଳମ୍ବିତ ରାତିରେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ପରେ ତାଙ୍କୁ ଭଦ୍ରକ ଡାକ୍ତରଖାନା ରେଫର ପାଇଁ ଡାକ୍ତର ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ପରିବାର ଲୋକେ ୧୦୮ ଆମ୍ବୁଲାନ୍ସକୁ ଡକାଇଥିଲେ। ତେବେ ଆମ୍ବୁଲାନ୍ସ ଆସିବାରେ ବିଳମ୍ବ କରିଥିଲା।ପ୍ରାଇଭେଟ ଆମ୍ବୁଲାନ୍ସରେ ଅସୁସ୍ଥ ଲତାଙ୍କୁ ନେଇଯିବା ପାଇଁ କୁହାଯାଇଥିଲେ ହେଁ କୌଣସି ପୁରୁଷ ଲୋକ ନ ଥିବା ଦର୍ଶାଇ ପରିବାର ଲୋକେ ବିଳମ୍ବ କରିଥିଲେ। ଶନିବାର ସକାଳ ପର୍ଯ୍ୟନ୍ତ ତାଙ୍କ ସ୍ବାସ୍ଥ୍ୟରେ ପରିବର୍ତ୍ତନ ନ ଆସିବାରୁ ପୂର୍ବାହ୍ନ ୯ଟାରେ ଲତା ଆଖି ବୁଜିଥିବା ଡା. ସୁବାସ ଦାସ କହିଛନ୍ତି। ଘଟଣାସ୍ଥଳରେ ତହସିଲଦାର ପହଞ୍ଚି ରେଡକ୍ରସ ପକ୍ଷରୁ ୧୦ହଜାର ଟଙ୍କା ସହାୟତା ରାଶି ଯୋଗାଇ ଦେବା ପାଇଁ ସୂଚନା ଦେଇଥିଲେ। ଅପରପକ୍ଷେ ଖବର ଲେଖାଯିବା ପର୍ଯ୍ୟନ୍ତ ପରିବାର ଲୋକେ ମୃତଦେହ ବ୍ୟବଚ୍ଛେଦ ପାଇଁ ନ ଛାଡ଼ି ଡାକ୍ତରଙ୍କ ଠାରୁ କ୍ଷତିପୂରଣ ଅଡ଼ିବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri