ଚିକିତ୍ସାରେ ଅର୍ଥ ବାଧକ: ମୁଣ୍ଡରେ ବଢ଼ୁଛି ଟ୍ୟୁମର

ଢେଙ୍କିକୋଟ, ୩୧ା୭(ଡି.ଏନ୍‌.ଏ.)-ଚିକିତ୍ସାରେ ଅର୍ଥ ଯେମିତି ବାଧକ ସାଜିଛି। ଗରିବ ମୂଲିଆମାନେ ରୋଗ ହେଲେ ଭଗବାନଙ୍କୁ ଭରସା କରି ଜୀବନ ବିତାଉଛନ୍ତି। ଅର୍ଥ ନ ଥିଲେ ଯେତେ ବଡ଼ ରୋଗ ହେଲେ ମଧ୍ୟ ତାକୁ ଭଲ କରିବାକୁ ସେମାନଙ୍କର ସାମର୍ଥ୍ୟ ରହୁନାହିଁ। କଷ୍ଟ ସହି ମୃତ୍ୟୁକୁ ଅପେକ୍ଷା କରୁଛନ୍ତି।
ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ସାନ ମସିଣା ବିଲା ଗ୍ରାମର ହେମନ୍ତ ମହାନ୍ତ ନାମକ ଜଣେ ବ୍ୟକ୍ତିଙ୍କ ମୁଣ୍ଡରେ ଏକ ଟ୍ୟୁମର ବାହାରି ଦିନକୁ ଦିନ ବଢ଼ିବାରେ ଲାଗିଛି। ସେ ଜଣେ ଗରିବ ଦିନ ମଜୁରିଆ ହୋଇଥିବାରୁ ଚିକିତ୍ସା ନିମନ୍ତେ ଅର୍ଥବାଧକ ସାଜିଥିବା କହିଛନ୍ତି। ସେ ଢେଙ୍କିକୋଟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗତକାଲି ଅପରାହ୍ନରେ ବିଲକାମ ସାରି ଆସିଥିଲେ। ମାତ୍ର ଏଠାରେ କୌଣସି ଡାକ୍ତର ନ ଥିବାରୁ ବିନ୍ଧା ପାଇଁ ଔଷଧ ଦୋକାନରୁ ବଟିକା କିଣି ନିରୂପାୟ ହୋଇ ଚାଲିଯାଇଛି। ତେବେ ରାଜ୍ୟ ସରକାରଙ୍କ ଗରିବ ଚାଷୀ ମୂଲିଆଙ୍କ ନିମନ୍ତେ ସ୍ବାସ୍ଥ୍ୟବୀମା ପ୍ରହସନ ବୋଲି ସେ କହିଛନ୍ତି। ତାଙ୍କର ସେମିତି କୌଣସି ବୀମା କାର୍ଡ ନାହିଁ କି କୌଣସି ବ୍ୟକ୍ତି କାର୍ଡ ନିର୍ମାଣ ନିମନ୍ତେ ଗ୍ରାମକୁ ତଦନ୍ତ ଲାଗି ଯାଇନାହାନ୍ତି। ରାଜ୍ୟ ସରକାରଙ୍କ ତରଫରୁ ସ୍ବାସ୍ଥ୍ୟବୀମା କାର୍ଡ କିମ୍ବା କୌଣସି ଯୋଜନାରୁ ଅର୍ଥରାଶି ସହାୟତା ପାଇଲେ ସେ ଟ୍ୟୁମରକୁ ଅପରେସନ କରାଇପାରନ୍ତେ ବୋଲି ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ…

ନବଜାତ ଶିଶୁପୁତ୍ରଙ୍କୁ ବିଲରେ ଫିଙ୍ଗିଦେଲେ, କୁକୁର ଟାଣି ଟାଣି ନେବାବେଳେ…

ଜେନାପୁର,୧୪।୨(ଅଶୋକ ଦାସ): ଯାଜପୁର ଜିଲାରେ ଏକ ଅମାନୁଷିକ ଘଟଣା ଘଟିଛି। ଏଠାରେ ଏକ ବିଲରୁ ମୃତ ଶିଶୁ ପୁତ୍ର ଉଦ୍ଧାର କରାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri