ଚିକିତ୍ସାରେ ଅର୍ଥ ବାଧକ: ମୁଣ୍ଡରେ ବଢ଼ୁଛି ଟ୍ୟୁମର

ଢେଙ୍କିକୋଟ, ୩୧ା୭(ଡି.ଏନ୍‌.ଏ.)-ଚିକିତ୍ସାରେ ଅର୍ଥ ଯେମିତି ବାଧକ ସାଜିଛି। ଗରିବ ମୂଲିଆମାନେ ରୋଗ ହେଲେ ଭଗବାନଙ୍କୁ ଭରସା କରି ଜୀବନ ବିତାଉଛନ୍ତି। ଅର୍ଥ ନ ଥିଲେ ଯେତେ ବଡ଼ ରୋଗ ହେଲେ ମଧ୍ୟ ତାକୁ ଭଲ କରିବାକୁ ସେମାନଙ୍କର ସାମର୍ଥ୍ୟ ରହୁନାହିଁ। କଷ୍ଟ ସହି ମୃତ୍ୟୁକୁ ଅପେକ୍ଷା କରୁଛନ୍ତି।
ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ସାନ ମସିଣା ବିଲା ଗ୍ରାମର ହେମନ୍ତ ମହାନ୍ତ ନାମକ ଜଣେ ବ୍ୟକ୍ତିଙ୍କ ମୁଣ୍ଡରେ ଏକ ଟ୍ୟୁମର ବାହାରି ଦିନକୁ ଦିନ ବଢ଼ିବାରେ ଲାଗିଛି। ସେ ଜଣେ ଗରିବ ଦିନ ମଜୁରିଆ ହୋଇଥିବାରୁ ଚିକିତ୍ସା ନିମନ୍ତେ ଅର୍ଥବାଧକ ସାଜିଥିବା କହିଛନ୍ତି। ସେ ଢେଙ୍କିକୋଟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗତକାଲି ଅପରାହ୍ନରେ ବିଲକାମ ସାରି ଆସିଥିଲେ। ମାତ୍ର ଏଠାରେ କୌଣସି ଡାକ୍ତର ନ ଥିବାରୁ ବିନ୍ଧା ପାଇଁ ଔଷଧ ଦୋକାନରୁ ବଟିକା କିଣି ନିରୂପାୟ ହୋଇ ଚାଲିଯାଇଛି। ତେବେ ରାଜ୍ୟ ସରକାରଙ୍କ ଗରିବ ଚାଷୀ ମୂଲିଆଙ୍କ ନିମନ୍ତେ ସ୍ବାସ୍ଥ୍ୟବୀମା ପ୍ରହସନ ବୋଲି ସେ କହିଛନ୍ତି। ତାଙ୍କର ସେମିତି କୌଣସି ବୀମା କାର୍ଡ ନାହିଁ କି କୌଣସି ବ୍ୟକ୍ତି କାର୍ଡ ନିର୍ମାଣ ନିମନ୍ତେ ଗ୍ରାମକୁ ତଦନ୍ତ ଲାଗି ଯାଇନାହାନ୍ତି। ରାଜ୍ୟ ସରକାରଙ୍କ ତରଫରୁ ସ୍ବାସ୍ଥ୍ୟବୀମା କାର୍ଡ କିମ୍ବା କୌଣସି ଯୋଜନାରୁ ଅର୍ଥରାଶି ସହାୟତା ପାଇଲେ ସେ ଟ୍ୟୁମରକୁ ଅପରେସନ କରାଇପାରନ୍ତେ ବୋଲି ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୭।୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୭।୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri