Posted inରାଜ୍ୟ

ଚିକିତ୍ସାରେ ଅର୍ଥ ସାଜିଛି ବାଧକ: ସ୍ତ୍ରୀ ମୁଣ୍ଡରେ ରୋଗଣା ସ୍ବାମୀର ବୋଝ, ସହାୟତା ଯୋଗାଇଦେବାକୁ ଦାବି

ଗଣିଆ,୧୪ା୭(ଡି.ଏନ.ଏ.): ଆର୍ଥିକ ଅନଗ୍ରସର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଏହା ସତ୍ତ୍ୱେ ଗ୍ରାମାଞ୍ଚଳର ଅନେକ ଗରିବ ଶ୍ରେଣୀର ଲୋକ ଏହାର ସୁବିଧା ନ ପାଇ ରୋଗଶଯ୍ୟାରେ ଶଢୁଥିବା ଦେଖିବାକୁ ମିଳୁଛି । ନୟାଗଡ଼ ଜିଲା ଗଣିଆ ବ୍ଲକ ଛାମୁଣ୍ଡିଆ ପଞ୍ଚାୟତ ଛାଡମୂଳ ଗ୍ରାମର ଜୟଦେବ ବେହେରା (୪୬) ୩ ବର୍ଷ ହେଲା ରୋଗ ଯନ୍ତ୍ରଣାରେ ପେଷି ହେଉଛନ୍ତି। ଚିକିତ୍ସା ନିମିତ୍ତ ସେ ତାଙ୍କର ସମସ୍ତ ସ୍ଥାବର ସମ୍ପତ୍ତି ବିକ୍ରି କରିସାରିଲେଣି । ଗାଁ ସାଉକାରଙ୍କଠାରୁ ଆରମ୍ଭ କରି ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାମାନଙ୍କଠାରୁ ଟଙ୍କା ଆଣିଥିବାରୁ ଋଣଭାର ମଧ୍ୟ ବଢିବାରେ ଲାଗିଛି। ଏପରିସ୍ଥଳେ ସ୍ବାମୀ ଓ ସ୍ତ୍ରୀଙ୍କୁ ଦୁଇବେଳା ଦୁଇମୁଠା ଖାଦ୍ୟ ଯୋଗାଡ କରିବା କଷ୍ଟକର ହୋଇପଡିଛି। ତାଙ୍କ କହିବା ଅନୁଯାୟୀ, ୩ବର୍ଷ ତଳେ ଅମୃତଭଣ୍ଡା ତୋଳୁଥିବାବେଳେ ଅମୃତଭଣ୍ଡାଟି ତାଙ୍କ ଛାତି ଉପରେ ପଡିଥିଲା। ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରିଥିଲେ ମଧ୍ୟ ଯନ୍ତ୍ରଣାରୁ ଉପଶମ ମିଳି ନ ଥିଲା। ଏହା ପରେ ସେ କଟକର ଏକ ଘରୋଇ ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ ତାଙ୍କ ଛାତିରେ ରକ୍ତ ଜମାଟ ହୋଇଥିବା ଡାକ୍ତର କହିଥିଲେ । ସମ୍ପୃକ୍ତ ଡାକ୍ତର ତାଙ୍କୁ ୩ମାସ ପର୍ଯ୍ୟନ୍ତ ଔଷଧ କିଣି ଖାଇବା ପାଇଁ ପରାମର୍ଶ ଦେଇଥିଲେ । ଏଥିସହ ୩ମାସ ପରେ ଆବଶ୍ୟକ ସ୍ଥଳେ ଅସ୍ତ୍ରୋପଚାର କରିବାକୁ ପଡିପାରେ ବୋଲି କହିଥିଲେ। ତେବେ ଗୋଟିଏ ବଟିକାର ଦାମ ୮ଶହ ଟଙ୍କା ହୋଇଥିବାରୁ ତାଙ୍କୁ ୩ମାସ ପାଇଁ ୭୨ହଜାର ଟଙ୍କା ଦରକାର ହେଉଥିବା ଜୟଦେବ କହିଛନ୍ତି। ଜୟଦେବଙ୍କ ପୁଅଝିଅ ନ ଥିବାବେଳେ ରୋଗାକ୍ରାନ୍ତ ହେବା ଦିନଠାରୁ ସ୍ତ୍ରୀ ଉତ୍ତମ ମୂଲ ଲାଗି ପରିବାର ପ୍ରତିପୋଷଣ କରୁଛନ୍ତି। ମହିଳା ହେତୁ ଉତ୍ତମଙ୍କୁ ସବୁବେଳେ କାମ ମିଳିପାରୁନାହିଁ । ଫଳରେ ସ୍ବଳ୍ପ ରୋଜଗାରରେ ସ୍ବାମୀଙ୍କ ଚିକିତ୍ସା ଓ ପରିବାର ପ୍ରତିପୋଷଣ ତାଙ୍କ ପାଇଁ ବୋଝ ପାଲଟିଛି । ଏ ସମ୍ପର୍କରେ ସେ ସ୍ଥାନୀୟ ଜନପ୍ରତିନିଧିଙ୍କୁ ଗୁହାରି କରିଥିଲେ ମଧ୍ୟ କୌଣସି ସହାୟତା ମିଳିପାରିନାହିଁ । ତେବେ ଜୟଦେବଙ୍କ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri