ଚିକିତ୍ସା ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ

ସୋର, ୧୭ା୪(ଡି.ଏନ.ଏ.):-ସୋର ମ୍ୟୁନିସିପାଲିଟି ଅଧୀନ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସା ଅବହେଳାରୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏସ୍‌ଆଇ ସଚ୍ଚିଦାନନ୍ଦ ଗିରି ସୋର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ତଦନ୍ତ କରିବା ପରେ ମାମଲା (ନଂ.୧୨୭/୨୦) ରୁଜୁ କରି ଶବ ବ୍ୟବଚ୍ଛେଦ କରାଇଛନ୍ତି।
ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଥାନା ଅଧୀନ ଏକତାଡି ଗ୍ରାମର ମହେନ୍ଦ୍ର ନାଥ ହାଁସଦା ଓ ତାଙ୍କ ସ୍ତ୍ରୀ ସୁନୀତା ସୋର କୋର୍ଟରେ କିରାଣି ଭାବେ ଭାବେ କାର୍ଯ୍ୟରତ ଥିଲେ। ସେମାନେ ସ୍ଥାନୀୟ ଅନ୍ନପୂର୍ଣ୍ଣା ରାଇସ୍‌ ମିଲ୍‌ ପରିସରରେ ଭଡା ନେଇ ରହୁଥିଲେ। ବୁଧବାର ସୁନୀତାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ତାଙ୍କୁ ନିକଟସ୍ଥ ଏକ ନର୍ସିଂହୋମରେ ଭର୍ତ୍ତି କରାଯାଇଥିଲା। ଗୁରୁବାର ସକାଳେ ସୁନୀତା ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଥିଲେ। ମଧ୍ୟାହ୍ନରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟି କିଛି ସମୟ ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅବହେଳା ଯୋଗୁ ସୁନୀତାଙ୍କର ମୃତ୍ୟୁ ହୋଇଥିବା ତାଙ୍କ ସ୍ବାମୀ ମହେନ୍ଦ୍ର ସୋର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ମୃତା ସୁନୀତାଙ୍କର ୬ ବର୍ଷର ପୁଅଟିଏ ଅଛି। ନବଜାତକ ପୁତ୍ରକୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି। ଏହି ଖବର ପ୍ରଚାରିତ ହେବା ପରେ ସୋର କୋର୍ଟର ବହୁ ଆଇନ୍‌ଜୀବୀ ପହଞ୍ଚି ଶୋକପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri