ଚିକିତ୍ସା ଅବହେଳାରୁ ଯୁବକଙ୍କ ମୃତ୍ୟୁ ଅଭିଯୋଗ: ଡାକ୍ତରଖାନା ପରିସରରେ ହୋହଲା

ଉଦଳା,୧୯ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ଜଣେ ଯୁବକଙ୍କ ଚିକିସତ୍ା ଅବହେଳାରୁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଗୁରୁବାର ସନ୍ଧ୍ୟାରେ ଭଣ୍ଡାରୀପୋଖରୀ ଥାନା ଅଞ୍ଚଳର ଦିଲ୍ଲୀପ ଘଡେଇ(୨୬) ଉଦଳା ବସଷ୍ଟାଣ୍ଡରେ ବିଷ ପିଇ ଗୁରୁତର ଅବସ୍ଥାରେ ପଡିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ପରେ ତାଙ୍କୁ ଏକ ଅଟୋରେ ଚିକିସତ୍। ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏହି ସମୟରେ ଆଉଟଡୋର ଦାୟିତ୍ୱରେ ଥିବା ଡାକ୍ତର ଗୁରୁତର ଦିଲ୍ଲୀପଙ୍କୁ ଦେଖିବାକୁ ଆସି ନ ଥିଲେ। ଅଧ ଘଣ୍ଟା ପରେ ଅନ୍ୟ କର୍ମଚାରୀମାନେ ଆସି ତାଙ୍କୁ ଅକ୍ସିଜେନ୍‌ ଦେବା ସହିତ ସାଲାଇନ୍‌ ଲଗାଇଥିଲେ । କିଛି ସମୟ ପରେ ଦିଲ୍ଲୀପଙ୍କର ମୃତ୍ୟୁ ଘଟିଥିଲା । ଏଥିନେଇ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିଥିଲେ। ଚିକିତ୍ସା ଅବହେଳାରୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ କରି ଲୋକେ ଡାକ୍ତରଖାନା ପରିସରରେ ହୋହଲ୍ଲା କରିଥିଲେ। କିଛି ସମୟ ପାଇଁ ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନାର ମୁଖ୍ୟ ଫାଟକକୁ ବନ୍ଦ କରି ଦେବାରୁ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବରପାଇ ଉଦଳା ପୋଲିସ୍‌ ଡାକ୍ତରଖାନାରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା। ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଏସମ୍ପର୍କରେ ଉପଖଣ୍ଡ ଚିକିତ୍ସାଧିକାରୀ ଡା. ଶିବାନନ୍ଦ ମହାନ୍ତିଙ୍କୁ ପଚାରିବାରୁ ବିଷ ପିଇ ଯୁବକ ଜଣକ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତାଙ୍କର ଚିକିତ୍ସାକରାଯାଇଥିଲେ ମଧ୍ୟ ତାଙ୍କୁ ବଞ୍ଚାଇ ହୋଇ ନଥିଲା ବୋଲି କହିଛନ୍ତି। ଚିକିସତ୍ାରେ ଅବହେଳା ଅଭିଯୋଗକୁ ଡା. ମହାନ୍ତି ଅସ୍ବୀକାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri