ଚିକିତ୍ସା ଅବହେଳାରୁ ଯୁବକଙ୍କ ମୃତ୍ୟୁ ଅଭିଯୋଗ: ଡାକ୍ତରଖାନା ପରିସରରେ ହୋହଲା

ଉଦଳା,୧୯ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ଜଣେ ଯୁବକଙ୍କ ଚିକିସତ୍ା ଅବହେଳାରୁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଗୁରୁବାର ସନ୍ଧ୍ୟାରେ ଭଣ୍ଡାରୀପୋଖରୀ ଥାନା ଅଞ୍ଚଳର ଦିଲ୍ଲୀପ ଘଡେଇ(୨୬) ଉଦଳା ବସଷ୍ଟାଣ୍ଡରେ ବିଷ ପିଇ ଗୁରୁତର ଅବସ୍ଥାରେ ପଡିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ପରେ ତାଙ୍କୁ ଏକ ଅଟୋରେ ଚିକିସତ୍। ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏହି ସମୟରେ ଆଉଟଡୋର ଦାୟିତ୍ୱରେ ଥିବା ଡାକ୍ତର ଗୁରୁତର ଦିଲ୍ଲୀପଙ୍କୁ ଦେଖିବାକୁ ଆସି ନ ଥିଲେ। ଅଧ ଘଣ୍ଟା ପରେ ଅନ୍ୟ କର୍ମଚାରୀମାନେ ଆସି ତାଙ୍କୁ ଅକ୍ସିଜେନ୍‌ ଦେବା ସହିତ ସାଲାଇନ୍‌ ଲଗାଇଥିଲେ । କିଛି ସମୟ ପରେ ଦିଲ୍ଲୀପଙ୍କର ମୃତ୍ୟୁ ଘଟିଥିଲା । ଏଥିନେଇ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିଥିଲେ। ଚିକିତ୍ସା ଅବହେଳାରୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ କରି ଲୋକେ ଡାକ୍ତରଖାନା ପରିସରରେ ହୋହଲ୍ଲା କରିଥିଲେ। କିଛି ସମୟ ପାଇଁ ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନାର ମୁଖ୍ୟ ଫାଟକକୁ ବନ୍ଦ କରି ଦେବାରୁ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବରପାଇ ଉଦଳା ପୋଲିସ୍‌ ଡାକ୍ତରଖାନାରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା। ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଏସମ୍ପର୍କରେ ଉପଖଣ୍ଡ ଚିକିତ୍ସାଧିକାରୀ ଡା. ଶିବାନନ୍ଦ ମହାନ୍ତିଙ୍କୁ ପଚାରିବାରୁ ବିଷ ପିଇ ଯୁବକ ଜଣକ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତାଙ୍କର ଚିକିତ୍ସାକରାଯାଇଥିଲେ ମଧ୍ୟ ତାଙ୍କୁ ବଞ୍ଚାଇ ହୋଇ ନଥିଲା ବୋଲି କହିଛନ୍ତି। ଚିକିସତ୍ାରେ ଅବହେଳା ଅଭିଯୋଗକୁ ଡା. ମହାନ୍ତି ଅସ୍ବୀକାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri