ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ ଅଭିଯୋଗ

ଖୁଣ୍ଟା,୧୮ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ଡୁକୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଗୁରୁବାର ଉତ୍ତେଜନା ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକେ ମେଡିକାଲ ପରିସରରେ ହୋହଲ୍ଲା କରିଥିଲେ। ଖବରପାଇ ଖୁଣ୍ଟା ଥାନା ଆଇଆଇସି ନବକୃଷ୍ଣ ନାଏକ ଓ ଡୁକୁରା ବିଟ ଅଧିକାରୀ ନୌଉସଦ ଅଲ୍ଲୀ ଖାଁ ପହଁଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ। ମୃତକଙ୍କ ସ୍ତ୍ରୀ ବୁଧୁନି ସିଂ ଚିକିତ୍ସାରେ ଅବହେଳା କରିଥିବା ମେଡିକାଲର ୩ କର୍ମଚାରୀଙ୍କ ନାମରେ ଥାନାରୋ ଏତଲା ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ, ବାସିପିଠା ପଞ୍ଚାୟତ ଅନ୍ତର୍ଗତ ଗୌଡ଼ଗାଁ ଗ୍ରାମର ବଉଳା ସିଂଙ୍କ ଦେହ ଅସୁସ୍ଥ ହେବାରୁ ବୁଧବାର ସକାଳେ ଡୁକୁରା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ରାତି ପ୍ରାୟ ୨ ଟା ସମୟରେ ବାଉଳା ଛଟପଟ ହେବା ସହିତ ରକ୍ତବାନ୍ତି କରିଥିଲେ। ଏହା ଦେଖି ତାଙ୍କ ସ୍ତ୍ରୀ ରାତିି ଡିଉଟିରେ ଥିବା ଡାକ୍ତର, ନର୍ସ କିମ୍ବା ପିଅନଙ୍କୁ ଖୋଜି ଥିଲେ ମଧ୍ୟ କାହାରିକୁ ପାଇ ନ ଥିଲେ। ପରେ ବାଉଳାଙ୍କ ମୃତ୍ୟୁ ଘଟିଥିଲା। ଗୁରୁବାର ସକାଳେ ଏହି ଘଟଣା ଜଣାପଡିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ରାତିି ଡିଉଟିରେ ଥିବା କର୍ମଚାରୀମାନେ ଡାକ୍ତରଖାନାରେ ନ ରହି ନିଜ ନିଜ କ୍ୱାର୍ଟରରେ ରହିଥିବା ଜାଣି ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନା ପରିସରରେ ହୋହଲ୍ଲା କରିଥିଲେ। ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଦାସମାତ ମାର୍ଣ୍ଡି ମଧ୍ୟ ଡାକ୍ତରଖାନା ପରିସରରେ ନ ରହି ବାରିପଦାରେ ରହୁଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା(ନଂ. ୧୨୩/୧୯) ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri