ଚିକିତ୍ସା ଅବହେଳା ଅଭିଯୋଗ: ଅକ୍ସିଜେନ ଦିଆ ନ ଯିବାରୁ ଝିଅର ମୃତ୍ୟୁ

କେନ୍ଦୁଝର,୧୭।୯(ସ୍ବ.ପ୍ର.): ସାପ କାମୁଡ଼ାରେ ଅସୁସ୍ଥହୋଇ କେନ୍ଦୁଝର ଜିଲା ମୁଖ୍ୟ ଡକ୍ତରଖାନାରେ ଚିକିତ୍ସଧୀନ ଜଣେ ଯୁବତୀଙ୍କର ମଙ୍ଗଳବାର ସକାଳେ ମୃତ୍ୟୁ ଘଟିଛି। ସେ ହେଲେ ଯାତ୍ରୀ ପାତ୍ର(୧୭)। ତାଙ୍କ ଘର ମୟୂରଭଞ୍ଜ ଜିଲା ବଡ଼କରଞ୍ଜିଆ ଗ୍ରାମରେ। ଯାତ୍ରୀଙ୍କୁ ଠିକ୍‌ ସମୟରେ ଅକ୍ସିଜେନ ଦିଆ ନ ଯିବାରୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପ୍ରକାଶ ଯେ, ସୋମବାର ଯାତ୍ରୀଙ୍କ ବାପା ବିଲକୁ ବଳଦ ଚରାଇବାକୁ ଯାଇଥିଲେ। ବାପାଙ୍କ ପାଖକୁ ଯାତ୍ରୀ ଯାଇଥିବା ବେଳେ ଏକ ବିଷାକ୍ତ ସାପ ତାଙ୍କୁ କାମୁଡି ଦେଇଥିଲା। ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ କରଞ୍ଜିଆ ଉପଖଣ୍ଡ ଡାକ୍ତରଖାନା ଓ ସନ୍ଧ୍ୟାରେ କେନ୍ଦୁଝରକୁ ସ୍ଥାନାନ୍ତର କରାଯାଇଥିଲା। ସେତେବେଳେ ଝିଅର ଅବସ୍ଥା ଭଲ ଥିଲା। ତେବେ ଠିକ୍‌ ସମୟରେ ଅକ୍ସିଜେନ ଦିଆ ନ ଯିବାରୁ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri