Posted inଜାତୀୟ

ଚିକିତ୍ସା କରୁଥିବା ଡାକ୍ତର କରୋନାରେ ସଂକ୍ରମିତ

ଲକ୍ଷ୍ନୌ,୧୮।୩: ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା କରୋନା ଭାଇରସ୍‌କୁ ରୋକିବା ପାଇଁ ସବୁ ଦେଶ ଯଥା ସମ୍ଭବ ଉଦ୍ୟମ ଚଳାଇଛନ୍ତି। ଏଥିରୁ ବର୍ତ୍ତିବା ପାଇଁ ସରକାର ସ୍କୁଲ, କଲେଜ, ମଲ୍‌, ସିନେମାହଲ୍‌ ଆଦି ବନ୍ଦ କରିବା ସହ ଗୋଟିଏ ସ୍ଥାନରେ ଏକତ୍ରିତ ହେବା ପାଇଁ ଲୋକଙ୍କ ବାରଣ କରାଯାଇଛି। କରୋନା ଭାଇରସ୍‌ରୁ ଲୋକଙ୍କୁ ରକ୍ଷା କରିବା ପାଇଁ ସରକାର ବିଭିନ୍ନ ସତର୍କତା ଅବଲମ୍ବନ କରୁଥିବା ବେଳେ ଏହାରି ଭିତରେ ଏକ ହସ୍ପିଟାଲଠାରୁ ବଡ଼ ଭୁଲ ହୋଇଯାଇଛି। ଚିକିତ୍ସା କରୁଥିବା ଜଣେ ଡାକ୍ତରଙ୍କ ନିକଟରେ କରୋନା ଭୂତାଣୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଉତ୍ତରପ୍ରଦେଶ ଲକ୍ଷ୍ନୌରେ ଥିବା କିଙ୍ଗ୍‌ ଜର୍ଜ ମେଡିକାଲ ୟୁନିଭର୍ସିଟିର ଜଣେ ଜୁନିୟର ଡାକ୍ତରଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଏହା ସହିତ ଲକ୍ଷ୍ନୌରେ ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ରିପୋର୍ଟ ଆସିବା ପରେ ଉକ୍ତ ଡାକ୍ତରଙ୍କୁ ଆଇସୋଲେଶନ୍‌ରେ ରଖାଯାଇଛି। ଏଥିସହ ଉକ୍ତ ଡାକ୍ତର ଯେଉଁମାନଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ମଧ୍ୟ ଯାଞ୍ଚ କରାଯାଉଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପୀଡିତ ଡାକ୍ତର ସଂକ୍ରମିତ ରୋଗୀଙ୍କ ଚିକିତ୍ସା କରୁଥିଲେ। କିଛି ଦିନ ପରେ ଉକ୍ତ ଡାକ୍ତରଙ୍କ ନିକଟରେ କରୋନା ଲକ୍ଷଣ ଦେଖାଯିବାରୁ ରକ୍ତ ନମୂନା ଯାଞ୍ଚ କରାଯାଇଥିଲା। ତେବେ ବୁଧବାର ରିପୋର୍ଟରେ ସେ ସଂକ୍ରମିତ ଥିବା ଜଣାପଡ଼ିଛି। ଏହାପରେ ଭାରତରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୧୫୩ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ମୌଳିକ ସୁବିଧାରୁ ବଞ୍ଚିତ ଡଙ୍ଗରିଆ କନ୍ଧ, ଟଙ୍କିକିଆ ଚାଉଳ ପାଇଁ ଯିବାକୁ ପଡ଼ୁଛି ୧୫ କି.ମି.

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଶ ସ୍ବାଧୀନତାର ୭୮ବର୍ଷ ପୂରିଥିଲେ ମଧ୍ୟ ଏବେ ସୁଦ୍ଧା ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ପହଞ୍ଚିପାରିନାହିଁ ମୌଳିକ ସୁବିଧା। ବିଶେଷକରି…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ: ପ୍ରେସ୍‌ ନୋଟ ଜାରି

ଭୁବନେଶ୍ୱର,୧୮।୨: ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍‌ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭…

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri