ଚିକିତ୍ସା ପାଇଁ ଏମ୍‌ସରେ ଭର୍ତ୍ତି ହେଲେ ଶୀତଲ

ଭଦ୍ରକ ଅଫିସ, ୨୩।୬ – ୧୧ ମାସ ପୂର୍ବେ ଭଦ୍ରକ ରାହାଞ୍ଜ ଟ୍ରକ୍‌ ଦୁର୍ଘଟଣାରେ ଆହତ ହୋଇଥିବା ଶୀତଲ ସାହୁଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବେ ବୋଲି ସ୍ଥାନୀୟ ବିଧାୟକ ସଞ୍ଜୀବ ମଲ୍ଲିକ ତିନିଦିନ ତଳେ ଘୋଷଣା କରିଥିଲେ। ବିଧାୟକ ମଲ୍ଲିକଙ୍କ ଉଦ୍ୟମକ୍ରମେ ଜିଲା ପ୍ରଶାସନର ମିଳିତ ସହାୟତାରେ ରବିବାର ଶୀତଲଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରସ୍ଥିତ ଏମ୍‌ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ଶୀତଲଙ୍କୁ ତାଙ୍କ ଘରୁ ଡାକ୍ତରଖାନାକୁ ନିଆଯାଇଛି। ବିଧାୟକ ମଲ୍ଲିକ ସେଠାରେ ପହଞ୍ଚି ଶୀତଲ କିଭଳି ଶୀଘ୍ର ଭଲ ହୋଇପାରିବେ ସେ ସମ୍ପର୍କରେ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ।
ପ୍ରକାଶ ଯେ, ଦୁର୍ଘଟଣାରେ ଗୁରୁତର ଶୀତଲ ଶଯ୍ୟାଶାୟୀ ଥିବା ଖବର ଗଣମାଧ୍ୟମରୁ ଜାଣିବା ପରେ ବିଧାୟକ ଗୁରୁବାର ସନ୍ଧ୍ୟାରେ ଶୀତଲଙ୍କ ଘର ରାହାଞ୍ଜକୁ ଯାଇ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ଶୀତଲଙ୍କୁ ନିଜ ଧର୍ମ ଝିଅ ଭାବେ ଆଦରି ନେଇ ତାଙ୍କୁ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଇବେ ବୋଲି ତାଙ୍କ ବାପା ସୁବାସଙ୍କୁ ବିଧାୟକ ଆଶ୍ୱାସନା ଦେଇଥିଲେ। ସର୍ବଶିକ୍ଷା ଅଭିଯାନ ପକ୍ଷରୁ ଜଳନ୍ଧର ମଣ୍ଡଳ, ବିଧାୟକଙ୍କ ସହଯୋଗୀ ଲାଲାଲଳିତ ନାୟକ, ଶୀତଲଙ୍କ ବାପା ସୁବାସ ପ୍ରମୁଖ ମେଡିକାଲ ଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri