ଚିକିତ୍ସା ଲାଗି ରୁନି ଗଲେ କଟକ ଏସ୍‌ସିବି ମେଡିକାଲ

ବରଗଡ଼ ଅଫିସ୍‌,୨୮।୪: ନିଆଁରେ ପୋଡ଼ିହୋଇ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିବା ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଳ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦)ଙ୍କୁ ମଙ୍ଗଳବାର ପୂର୍ବାହ୍ନରେ କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସପିଟାଳକୁ ଅଧିକ ଉନ୍ନତ ଚିକିତ୍ସା ଲାଗି ଏଠାରୁ ସ୍ଥାନାନ୍ତର କରାଯାଇଛି । ରୁନି ଗତ ଫେବୃୟାରୀ ମାସରେ ନିଆଁରେ ପୋଡ଼ି ଗୁରୁତର ଆହତ ହୋଇଥିଲେ । ପରିବାର ଲୋକେ ତାଙ୍କୁ ବୁର୍ଲା, କଟକ ଡାକ୍ତରଖାନା ନେଇ ଚିକିତ୍ସା କରାଇଥିଲେ । ମାତ୍ର ଉଚ୍ଚତର ଚିକିତ୍ସାର ଆବଶ୍ୟକତା ଥିବାରୁ ଅର୍ଥାଭାବ ଯୋଗୁ ସେଠାରୁ ଘରକୁ ଫେରି ଆସି ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ରୁନିଙ୍କ ଚିକିତ୍ସାରେ ଅର୍ଥାଭାବକୁ ନେଇ ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା । ସେହିପରି ସାମାଜିକ କର୍ମୀ ଦୀପା ବାରିକ ଧରିତ୍ରୀରେ ପ୍ରକାଶିତ ଖବରକୁ ମୁଖ୍ୟମନ୍ତ୍ରୀ, ବରଗଡ଼ ଜିଲାପାଳ ପ୍ରମୁଖଙ୍କୁ ଟୁଇଟ୍‌ କରି ସହାୟତା ଯୋଗାଇ ଦେବାକୁ ନିବେଦନ କରିଥିଲେ । ସୋମବାର ରାତିରେ ବରଗଡ଼ ତହସିଲଦାର ସବ୍ୟସାଚୀ ପଣ୍ଡା ମଧ୍ୟ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାକୁ ଯାଇ ରୁନିଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ପଚାରି ବୁଝିଥିଲେ । ଅନ୍ୟପଟେ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଘଟଣା ଜାଣିବା ପରେ ରୁନିଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାକୁ ନେବା ପାଇଁ ପରାମର୍ଶ ଦେଇଥିଲେ । ଫଳରେ ସୋମବାର ରାତିରେ ରୁନିଙ୍କୁ ବୁର୍ଲା ଭିମ୍‌ସାର୍‌ ଏବଂ ସେଠାରୁ ମଙ୍ଗଳବାର ପୂର୍ବାହ୍ନରେ କଟକ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri