ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌: ୧୦୦ରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକ ଅସୁସ୍ଥ

ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ପଣପଣାସ୍ଥିତ ଫାଲ୍‌କନ କମ୍ପାନୀର ଚିଙ୍ଗୁଡ଼ିି ପ୍ରୋସେସିଂ ପ୍ଲାଣ୍ଟରେ ବୁଧବାର ରାତି ପ୍ରାୟ ୯ଟା ବେଳେ କ୍ଲୋରିନ ଗ୍ୟାସ୍‌ ଲିକ୍‌ ଯୋଗୁ ୧୦୦ରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକ ଅସୁସ୍ଥ ହୋଇପଡିଛନ୍ତି। ଗ୍ୟାସ୍‌ ଲିକ୍‌ ଘଟଣା ପରେ ସମ୍ପୃକ୍ତ ଅଞ୍ଚଳରେ ଆତଙ୍କର ବାତାବରଣ ଖେଳିଯାଇଛି। ଗ୍ୟାସ୍‌ ପ୍ରଭାବରେ କାରଖାନାରେ କାର୍ଯ୍ୟରତ ସମସ୍ତ ଶ୍ରମିକ ଓ କର୍ମଚାରୀ ଅଣନିଃଶ୍ୱାସୀ ହୋଇପଡିଥିଲେ। ୭୦ରୁ ଊର୍ଦ୍ଧ୍ୱ ଅସୁସ୍ଥ ଶ୍ରମିକଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖନ୍ତାପଡା ସ୍ବାସ୍ଥ୍ୟକେନ୍ଦ୍ରରେ ଅନ୍ୟ ୩୦ ଜଣ ଚିକିତ୍ସିତ ହେଉଛନ୍ତି। ଆଉ କେତେଜଣ ଅସୁସ୍ଥ ଶ୍ରମିକ ବିଭିନ୍ନ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା କୁହାଯାଉଛି। ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳକୁ ଯାଇ ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି। ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଉପଜିଲାପାଳ ନିଲୁ ମହାପାତ୍ର, ଏସପି ବି. ଯୁଗଳ କିଶୋର କୁମାର ଏବଂ ତହସିଲଦାର ଦେବଯାନୀ ଭୂୟଁା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସେହିପରି ଅତିରିକ୍ତ ଜିଲାପାଳ ସମ୍ବିତ ନାୟକ, ଜିଲା ଜରୁରିକାଳୀନ ଅଧିକାରୀ ଅଭୟ ନାୟକ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟ, ଡିଏସପି ଉମେଶ ପଣ୍ଡାଙ୍କ ସମେତ ବିଭିନ୍ନ ପ୍ରଶାସନିକ ଅଧିକାରୀ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ ପହଞ୍ଚି ସେଠାକୁ ଆସିଥିବା ଅସୁସ୍ଥମାନଙ୍କର ଚିକିତ୍ସା ବ୍ୟବସ୍ଥା ତଦାରଖ କରିଛନ୍ତି। ପ୍ରଥମେ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇଥିବା ପ୍ରଚାରିତ ହୋଇଥିଲା। ପରେ ଜିଲାପାଳ ଚକ୍ରବର୍ତ୍ତୀ ଏହା କ୍ଲୋରିନ ଗ୍ୟାସ୍‌ ଲିକ୍‌ ବୋଲି ସୂଚନା ଦେବା ସହ ବର୍ତ୍ତମାନ ସେଠାକାର ସ୍ଥିତି ନିୟନ୍ତ୍ରଣାଧୀନ ଥିବା କହିଛନ୍ତି। ଅନ୍ୟପକ୍ଷେ କମ୍ପାନୀ  ମୁଖ୍ୟ ତାରାରଞ୍ଜନ  ପଟ୍ଟନାୟକ  କହିଛନ୍ତି, ଏହା ଏକ ଦୁଃଖଦାୟକ ଘଟଣା। ଆମେ ଅନୁସନ୍ଧାନ କରୁଛୁ। ଅସୁସ୍ଥଙ୍କ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି।
ବାଲେଶ୍ୱରଠାରୁ ପ୍ରାୟ ୧୮ କି.ମି. ଦୂର ୧୬ ନମ୍ବର ଜାତୀୟ ରାଜପଥ କଡରେ ଏହି ଚିଙ୍ଗୁଡି ପ୍ରୋସେସିଂ ପ୍ଲାଣ୍ଟ ରହିଛି। ବିଭିନ୍ନ ଘେରିରୁ ଧରାଯାଉଥିବା ଚିଙ୍ଗୁଡିକୁ ସେଠାରେ ପ୍ରୋସେସିଂ କରାଯାଇ ବିଦେଶକୁ ରପ୍ତାନି କରାଯାଇଥାଏ । ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ୟାସ ଲିକ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି। ଏ ସମ୍ପର୍କରେ ଅତିରିକ୍ତ ଜିଲାପାଳ ନାୟକଙ୍କୁ ପଚାରିବାରୁ କହିଛନ୍ତି, ଗ୍ୟାସ୍‌ ପ୍ରଭାବରେ ଅସୁସ୍ଥ ହୋଇପଡ଼ିଥିବା ସମସ୍ତ ଶ୍ରମିକ ମହିଳା । ଏ ନେଇ ଅଧିକ ତଦନ୍ତ କରାଯାଉଛି। କାରଖାନାର ଗୋଟିଏ ସିଲିଣ୍ଡରରୁ ସମସ୍ତ ଗ୍ୟାସ୍‌ ଲିକ୍‌ ହୋଇଯାଇଥିବାରୁ ଏବେ ଅଧିକ ବିପଦ ଆଶଙ୍କା ନାହିଁ।
ବାଲେଶ୍ୱର ଜିଲା ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା କେତେକ ଶ୍ରମିକ କହିଛନ୍ତି, କାରଖାନାରେ ଗୋଟିଏ ବଡ଼ କୋଠରୀରେ ପ୍ରସେସିଂ କାର୍ଯ୍ୟ କରାଯାଉଥିବାରୁ ସେଠାରେ ସମସ୍ତ ମହିଳା ଶ୍ରମିକ କାମ କରୁଥିଲେ। ଚିଙ୍ଗୁଡ଼ିକୁ ତାଜା ରଖିବା ପାଇଁ କୋଠରୀକୁ ବାତାନୁକୂଳିତ କରାଯାଇଥିବାରୁ ଏହାର ଦ୍ୱାର ସବୁବେଳେ ବନ୍ଦ ରହିଥାଏ। ଗ୍ୟାସ୍‌ ଲିକ୍‌ ପରେ ଏହାର ପ୍ରଭାବରେ କାମ କରୁଥିବା ମହିଳାମାନେ ଅସୁସ୍ଥ ହୋଇପଡ଼ିଥିଲେ। ବର୍ତ୍ତମାନ ସୁଦ୍ଧା କେତେଜଣ ସଂଜ୍ଞାହୀନ ଅବସ୍ଥାରେ ରହିଛନ୍ତି। ଚିକିତ୍ସା ପରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଥିବା ଡାକ୍ତରଖାନା ପକ୍ଷରୁ କୁହାଯାଇଛି। ଗ୍ୟାସ୍‌ ଲିକ୍‌ ଖବର ପାଇ ଅସୁସ୍ଥ ମହିଳାଙ୍କ ପରିବାରବର୍ଗ ଡାକ୍ତରଖାନାରେ ଆସି ପହଞ୍ଚିଛନ୍ତି। ଖନ୍ତାପଡ଼ାରେ ଚିକିତ୍ସାଧୀନ ଥିବା କେତେକ ରୋଗୀଙ୍କୁ ପରେ ବାଲେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri