ଚିଙ୍ଗୁଡି ପ୍ରୋସେସିଂରେ ପ୍ଲାଣ୍ଟରେ ଗ୍ୟାସ ଲିକ୍‌ ଘଟଣା: ଆହତଙ୍କୁ ଭେଟିଲେ ଶ୍ରମମନ୍ତ୍ରୀ, ଫରେନ୍‌ସିକ୍‌ ଟିମ୍‌ର ଯାଞ୍ଚ

ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ଫାଲ୍‌କନ କମ୍ପାନୀର ଚିଙ୍ଗୁଡି ପ୍ରୋସେସିଂରେ ପ୍ଲାଣ୍ଟରେ ବୁଧବାର ରାତିରେ କ୍ଲୋରିନ୍‌ ଗ୍ୟାସ୍‌ ଲିକ୍‌ ଯୋଗୁ ଶତାଧିକ ମହିଳା କର୍ମଚାରୀ ଆହତ ହୋଇଥିଲେ। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଏସ୍‌ପି ଯୁଗଳ କିଶୋର କୁମାର, ଉପଜିଲ୍ଲାପାଳ ମିଲୁ ମହାପାତ୍ରଙ୍କ ସମେତ ଅଗ୍ନିଶମ ବିଭାଗ ଓ ଶ୍ରମବିଭାଗର କର୍ମକର୍ତ୍ତା ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିଥିଲେ। ତେବେ ଆହତ ସମସ୍ତଙ୍କୁ ପ୍ରଥମେ ଖନ୍ତାପଡ଼ା ପ୍ରାଥମିକ ଚିକିତ୍ସା କେନ୍ଦ୍ର ପରେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ଏବେ ସେମାନଙ୍କୁ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଜଣାପଡ଼ିଛି। ଅନ୍ୟପଟେ ଏହି ଘଟଣାକୁ କେନ୍ଦ୍ରକରି ଉତ୍ତ୍ୟକ୍ତ ସ୍ଥାନୀୟ ଲୋକେ ଗୁରୁବାର ସକାଳେ କିଛି ସମୟ ପାଇଁ ୧୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ନୀତିନିୟମରେ କାରଖାନାକୁ ପରିଚାଳିତ ସହ ଓ ସୁରକ୍ଷା ବ୍ୟବସ୍ଥା କରିବା ଦାବିରେ ଏହି ଆନ୍ଦୋଳନ କରାଯାଇଥିଲା। ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା। ହେଲେ ଏବେ ବି କାରଖାନା ସମ୍ମୁଖରେ ଚାପା ଉତ୍ତେଜନା ଲାଗି ରହିଛି। ସୁରକ୍ଷା ଦୁଷ୍ଟିରୁ କମ୍ପାନୀ ପରିସରରେ ୨ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ନିଜେ ଏସ୍‌ଡିପିଓ ପ୍ରଭାସ ପାଲ ଉପସ୍ଥିତ ରହି ଘଟଣାର ସ୍ଥିତି ଉପରେ ନଜର ରଖିଛନ୍ତି। ଅନ୍ୟପଟେ କମ୍ପାନୀର ୮ଜଣ ଅଧିକାରୀଙ୍କୁ ପୋଲିସ ଅଟକ ରଖି ତଦନ୍ତ ଜାରି ରଖିଛି। ଏହି ଘଟଣାର ତଦନ୍ତ ପାଇଁ ଭୁବନେଶ୍ବରରୁ ୬ ଜଣିଆ ସାଇଣ୍ଟିଫିକ ଟିମ୍‌ କମ୍ପାନୀରେ ପହଞ୍ଚି  ତଦନ୍ତ ଚଳାଇଛି।

ଅନ୍ୟପଟେ ଉକ୍ତ ଘଟଣାର ତଦାରଖ ଓ ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ଅବଗତ ହେବା ପାଇଁ ନିଜେ ଶ୍ରମ ମନ୍ତ୍ରୀ ଶୁଶାନ୍ତ ସିଂହ ରାତି ୩ଟାରେ ବାଲେଶ୍ୱରରେ ପହଞ୍ଚିଥିଲେ। ସେହିପରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ, ଜିଲା ଜରୁରୀକାଳିନ ଅଧିକାରୀ ଅଭୟ ନାୟକ, ଜିଲା ଶ୍ରମ ଅଧିକାରୀ କୁବେର ବେହେରା, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟ ପ୍ରମୁଖ ଆହତଙ୍କ ଚିକିତ୍ସାକୁ ତ୍ୱରାନିତ କରିଥିଲେ। ଏଥିସହ ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନର କର୍ମକର୍ତ୍ତା, ରାଜନୈତିକ ଦଳର ନେତୃବର୍ଗ, କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିନିଧି ଓ ବିଧାୟକ ପ୍ରତିନିଧି ପହଞ୍ଚି ଘଟଣାର ସ୍ଥିତି ଉପରେ ନଜର ରଖିଛନ୍ତି। ପୂର୍ବତନ ଏମ୍‌ପି ରବିନ୍ଦ୍ର ଜେନା, ସଦର ବିଧାୟକଙ୍କ ପ୍ରତିନିଧି ଗୌରାଙ୍ଗ ଦାଶ ମଧ୍ୟ ହସ୍ବିଟାଲରେ ପହଞ୍ଚି ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ସୂଚନାମୁତାବକ ଉକ୍ତ ପ୍ଲାଣ୍ଟରେ ମୋଟ ୫ହଜାର ୬ଶହ କର୍ମଚାରୀ କାର୍ଯ୍ୟ କରୁଥିବା ବେଳେ ବୁଧବାର ସନ୍ଧ୍ୟାରେ ୬ଶହରୁ ଉର୍ଦ୍ଧ୍ୱ ମହିଳା କର୍ମଚାରୀ କାମ କରୁଥିଲେ। ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌ ଯୋଗୁ ଶତାଧିକ ଆହତ ହୋଇଥିବା ବେଳେ ସେଥିରୁ ୮୮ଜଣ ସରକାରୀ ଡାକ୍ତରଖାନା ଓ ଅନ୍ୟମାନେ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ଆହତମାନଙ୍କ ଘର ବାଲେଶ୍ୱର, ମୟୁରଭଞ୍ଜ, ଫୁଲବାଣୀ, ଅନୁଗୋଳ, ଢ଼େଙ୍କାନାଳ, ବୌଦ୍ଧ, ଖୋର୍ଦ୍ଧା, କଟକ, ଯାଜପୁର ଜିଲା ସମେତ ପଶ୍ଚିମ ବଙ୍ଗର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri