ଚିଚେର ଗ୍ରାମରେ ପାଣି ସମସ୍ୟା

ଖଡ଼ିଆଳ, ୨୩।୪: (ଡି.ଏନ୍‌.ଏ.) ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ନେହେନା ପଞ୍ଚାୟତର ଚିଚେର ଗ୍ରାମରେ ପାଣି ସମସ୍ୟା। ଗ୍ରାମର ୩ଟି ନଳକୂପରୁ ପାଣି ବାହାରୁ ନ ଥିବାରୁ ଚିଚେର ତଳ ପଡ଼ାର ୫୦୦ରୁ ଅଧିକ ଲୋକ ହଇରାଣ ହେଉଥିବା ଅଭିଯୋଗ କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ବିଗତ ୨୦ ବର୍ଷରୁ ଅଧିକ ଦିନ ହେଲା ଚିଚେର ଓ ତୋରଲୀ ଗ୍ରାମକୁ ଜଳଯୋଗାଣ ହେଉଛି। ହେଲେ ଜଳ ଯୋଗାଣ ମାସକୁ ସାତରୁ ଆଠ ଦିନ ଚାଲୁଥିବା ବେଳେ ବାକି ଦିନଗୁଡ଼ିକରେ ଜଳ ଯୋଗାଣ ବନ୍ଦ ରହୁଛି। ଫଳରେ ଗ୍ରାମବାସୀ ୩ ଟି ନଳକୂପ ଉପରେ ନିର୍ଭର କରି ଚଳୁଥିବା ବେଳେ ବର୍ତ୍ତମାନ ସେହି ନଳକୂପରୁ ବହୁତ ସମୟ ଧରି ମାରିଲେ ଅଳ୍ପ ପାଣି ବାହାରୁଛି । ଫଳରେ ପାଣି ପାଇଁ ଦୀର୍ଘ ସମୟ ଧରି ଅପେକ୍ଷା କରିବାକୁ ପଡ଼ୁଛି। ଗୃହ ପାଳିତ ପଶୁ ପକ୍ଷୀଙ୍କୁ ଦିନ ବେଳା ଯେକୌଣସି ବ୍ୟବସ୍ଥା କରି ପାଣି ଯୋଗାଇ ଦିଆଯାଉଛି। କିନ୍ତୁ ରାତିରେ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନଳକୂପ ମରାମତି ପାଇଁ ଗ୍ରାମବାସୀ ପଞ୍ଚାୟତଠାରୁ ବ୍ଲକ କାର୍ଯ୍ୟାଳୟରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ କିଛି ସୁଫଳ ମିଳୁନାହିଁ। ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ଆଗାମୀ ଦିନରେ ପାଣି ସମସ୍ୟାର ସମାଧାନ ନ ହେଲେ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ଗ୍ରାମବାସୀ ନିଷ୍ପତ୍ତି ନେଇଛନ୍ତି। ଏନେଇ ଜଳ ଓ ପରିମଳ ଯନ୍ତ୍ରୀଙ୍କୁ ଅବଗତ କରିବାରୁ ତାଙ୍କ ପାଖରେ ଅଭିଯୋଗ ନଥିବା କହିଛନ୍ତି। ତୁରନ୍ତ ପାଣି ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶ୍ରୂତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri