ଚିଠିକୁ ଅପେକ୍ଷା କରିଛି ଅବକାରୀ ବିଭାଗ

କଟକ ଅଫିସ,୫।୫: ମେ’ ୪ ଠାରୁ ମଦ ଦୋକାନ ଖୋଲିବ ବୋଲି ଘୋଷଣା ହେବା ସତ୍ତ୍ବେ କଟକ ଜିଲାରେ ଏହା ସମ୍ଭବ ହୋଇପାରିନାହିଁ। ବିଭିନ୍ନ ଠିପି ବନ୍ଦ ବିଦେଶୀ ମଦ ଦୋକାନ ସମ୍ମୁଖରେ ସାମାଜିକ ଦୂରତା ରକ୍ଷା କରାଯିବା ଉଦ୍ଦେଶ୍ୟରେ ଗୋଲେଇ ଟଣାଯିବା ସହ ବାଉଁଶ ବନ୍ଧା ଯାଇଥିଲା। ତଥାପି ବିଭିନ୍ନ ଦ୍ୱନ୍ଦ୍ୱ ଯୋଗୁ କଟକରେ ମଦ ଦୋକାନ ଖୋଲାଯାଇନି। ଏ ପର୍ଯ୍ୟନ୍ତ ରାଜ୍ୟ ଅବକାରୀ ବିଭାଗର ପ୍ରମୁଖ ସଚିବଙ୍କ ନିକଟରୁ ମଦ ଦୋକାନ ଖୋଲିବା ନେଇ କୌଣସି ଚିଠି ଆସିନି ବୋଲି କଟକ ଜିଲା ଅବକାରୀ ବିଭାଗର ସୁପରିଣ୍ଟେଣ୍ଡେଣ୍ଟ ଅଶୋକ କୁମାର ଶତପଥୀ କହିଛନ୍ତି।

କଟକ ଜିଲାକୁ ଗ୍ରୀନ୍‌ ଜୋନ୍‌ ଭାବେ ଘୋଷଣା କରାଯିବା ପରେ କରୋନା କଟକଣାକୁ କୋହଳ କରାଯିବ ବୋଲି ଘୋଷଣା ହୋଇଥିଲା। ଏହା ମଧ୍ୟରେ ରହିଥିଲା ମଦ ଦୋକାନ ଖୋଲାଯିବା ପ୍ରସଙ୍ଗ। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏହି ଘୋଷଣା କରାଯାଇଥିବାବେଳେ କଟକ ମହାନଗର ନିଗମ(ସିଏମ୍‌ସି) ମଧ୍ୟ ମଦ ଦୋକାନ ଖୋଲିବା ନେଇ ଅନୁମତି ଦେଇଥିଲା। କେବଳ ଠିପି ବନ୍ଦ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ନିର୍ଦ୍ଦେଶ ରହିଥିଲା। ଜିଲାରେ ୫୦ଟି ଠିପି ଖୋଲା ବିଦେଶୀ ମଦ ଦୋକାନ ଓ ୧୧୭ ଠିପି ବନ୍ଦ ବିଦେଶୀ ମଦ ଦୋକାନ ରହିଛି। ଗ୍ରୀନ୍‌ ଜୋନରେ ମଦ ଦୋକାନ ଖୋଲିବା ନେଇ ଘୋଷଣା ହେବା ସତ୍ତ୍ବେ ରାଜ୍ୟ ସରକାରଙ୍କ ପକ୍ଷରୁ ଚିଠି ହୋଇ ନ ଥିବା ଯୋଗୁ ଏଭଳି ଦ୍ୱନ୍ଦ୍ୱ ଉପୁଜିଛି। ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ମିଳିବା ପରେ ମଦ ଦୋକାନ ଖୋଲାଯିବ ବୋଲି ଶତପଥୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri