ଚିତା ଲାଗି ଅମାବାସ୍ୟା: ମହାପ୍ରଭୁଙ୍କ ଶ୍ରୀମୁଖରେ ଝଲସିଲା ସୁବର୍ଣ୍ଣ ଚିତା

ପୁରୀ ଅଫିସ, ୧ା୮: ଚିତାଲାଗି ଅମାବାସ୍ୟା ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ତିନିଠାକୁରଙ୍କ ଚିତା ଲାଗି ନୀତି ସମ୍ପନ୍ନ ହୋଇଛି। ଦଇତା ଓ ପତିମହାପାତ୍ର ସେବକମାନେ ଚିତା ଲାଗି କରାଇଛନ୍ତି। ମହାପ୍ରଭୁଙ୍କ ଶ୍ରୀମୁଖରେ ଝଲସି ଉଠୁଛି ରତ୍ନଖଚିତ ସୁବର୍ଣ୍ଣ ଚିତା। ଶ୍ରୀମନ୍ଦିରରେ ସକାଳଧୂପ ଏବଂ ଭୋଗମଣ୍ଡପ ନୀତି ସମ୍ପନ୍ନ ପରେ ପୁଷ୍ପାଳକ ସେବକ ତିନିବାଡ଼ରେ ମଇଲମ କରିଥିଲେ। ରତ୍ନସିଂହାସନରୁ ଶ୍ରୀଦେବୀ ଓ ଭୁଦେବୀଙ୍କୁ ହାତରେ ନେଇ ଖଟଶେଜ ଘରେ ବିଜେ କରାଯାଇଥିଲା। ଏହାପରେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିଥିଲେ। ରତ୍ନସିଂହାସନକୁ ଯାଇ ପ୍ରଥମେ ବଡଠାକୁର, ପରେ ସୁଭଦ୍ରା ଏବଂ ଶେଷରେ ଶ୍ରୀଜଗନ୍ନାଥଙ୍କୁ ରତ୍ନ ଖଚିତ ସୁବର୍ଣ୍ଣ ଚିତା ଲାଗି କରାଇଥିଲେ। ଶୁଦ୍ଧସୁଆରଙ୍କ ଘରୁ ଆସିଥିବା ଓଷ ଏବଂ ପାଟରା ସେବକଙ୍କଠାରୁ ଆସିଥିବା ପାଟଡୋର ଦ୍ୱାରା ତିନିଠାକୁରଙ୍କ ଶ୍ରୀମୁଖରେ ଏହି ଚିତା ଲାଗି କରାଇଥିଲେ। ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ୱେତ ହୀରା ଖଚିତ ସୂବର୍ଣ୍ଣ ଚିତା ପରିଧାନ କରିଥିବାବେଳେ ବଡଠାକୁର ନୀଳା ଖଚିତ ସୁବର୍ଣ୍ଣ ଚିତା ଓ ଦେବୀ ସୁଭଦ୍ରା ମାଣିକ୍ୟ ଖଚିତ ସୁବର୍ଣ୍ଣ ଚିତା ଧାରଣ କରିଥିଲେ। ଚିତା ଲାଗି ସମ୍ପନ୍ନ ପରେ ପୂଜାପଣ୍ଡା ସାମନ୍ତ ତିନିବାଡରେ ମହାସ୍ନାନ କରିଥିଲେ। ପରେ ଖଟଶେଜ ଘରେ ଥିବା ଶ୍ରୀଦେବୀ, ଭୁଦେବୀଙ୍କୁ ରତ୍ନସିଂହାସନୁ ବିଜେ କରାଯାଇଥିଲା। ମାଳଫୁଲ ଲାଗି ବେଶ ବଢିବା ପରେ ମହାପ୍ରଭୁଙ୍କୁ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇଥିଲା। ମଧ୍ୟାହ୍ନ ଧୂପ ବଢି ପାଣି ପଡିଲା ପରେ ପୂଜାପଣ୍ଡା, ମୁଦିରସ୍ତ ଏବଂ ପତିମହାପାତ୍ର ତିନି ବାଡରେ ବନ୍ଦାପନା କରିଥିଲେ। ଏହାପରେ ଶ୍ରୀମନ୍ଦିରରେ ଅନ୍ୟାନ ନୀତି ବଢିଥିଲା। ଚିତାଲାଗି ତଥା ଚିତଉ ଅମାବାସ୍ୟ। ଏହି ପବିତ୍ର ତିଥିରେ ଠାକୁରଙ୍କୁ ସକାଳ ଧୂପରେ ଚିତଉ ପିଠା ଲାଗି କରାଯାଇଥିଲା। ସୂଚନାଯୋଗ୍ୟ, ସ୍ନାନ ପୂର୍ଣ୍ଣିମା ଦିନ ଅଣସର ଘରେ ଠାକୁରମାନଙ୍କ ଶ୍ରୀମସ୍ତକରୁ ଚିତାମାନ ଓଲାଗି କରାଯାଇ ଭଣ୍ଡାରଘରେ ରହିଥାଏ। ଶ୍ରୀଗୁଣ୍ଡିଚାରେ ତିନିଠାକୁର ରଥରେ ସୋଲ ନିର୍ମିତ ଚିତା ଧାରଣ କରିଥାନ୍ତି। ଚିତାଲାଗି ଅମାବାସ୍ୟରେ ସୋଲ ଚିତା ଓଲାଗି ହୋଇ ରତ୍ନ ଖଚିତ ସୁବର୍ଣ୍ଣ ଚିତା ଠାକୁରମାନେ ଲାଗି ହୋଇଥାନ୍ତି।
୨ ଘଣ୍ଟା ୪୫ ମିନିଟ୍‌ ବନ୍ଦ ରହିଲା ଦର୍ଶନ
ଅପରାହ୍ନ ୧ଟା ୩୫ରେ ଭୋଗମଣ୍ଡପ ବଢିଥିଲା। ଶ୍ରୀଦେବୀ, ଭୁଦେବୀ ଖଟଶେଜ ଘରକୁ ବିଜେ ହେବା ପରେ ଅପରାହ୍ନ ୨ଟା ୧୫ରେ ଦଇତାପତି ସେବକମାନେ ଗର୍ଭଗୃହକୁ ପ୍ରବେଶ କରିଥିଲେ। ଏହାପରେ ମହାପ୍ରଭୁଙ୍କ ଚିତାଲାଗି ଆରମ୍ଭ ହୋଇ ୪ଟା ୩୦ରେ ଶେଷ ହୋଇଥିଲା। ଅପରାହ୍ନ ୫ଟାରେ ମହାସ୍ନାନ ଶେଷ ହେବା ପରେ ଭକ୍ତଙ୍କୁ ଦର୍ଶନ ପାଇଁ ଛଡା ଯାଇଥିଲା। ଦଇତାପତି ସେବକଙ୍କ ପ୍ରବେଶଠାରୁ ମହାସ୍ନାନ ଶେଷ ହେବା ପର୍ଯ୍ୟନ୍ତ ଅର୍ଥାତ୍‌ ୨ ଘଣ୍ଟା ୪୫ ମିନିଟ୍‌ ଦର୍ଶନ ବନ୍ଦ ରହିଥିଲା ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri