ଚିତା ଲାଗି ଅମାବାସ୍ୟା: ମହାପ୍ରଭୁଙ୍କ ଶ୍ରୀମୁଖରେ ଝଲସିଲା ସୁବର୍ଣ୍ଣ ଚିତା

ପୁରୀ ଅଫିସ, ୧ା୮: ଚିତାଲାଗି ଅମାବାସ୍ୟା ତିଥିରେ ଗୁରୁବାର ଶ୍ରୀମନ୍ଦିରରେ ତିନିଠାକୁରଙ୍କ ଚିତା ଲାଗି ନୀତି ସମ୍ପନ୍ନ ହୋଇଛି। ଦଇତା ଓ ପତିମହାପାତ୍ର ସେବକମାନେ ଚିତା ଲାଗି କରାଇଛନ୍ତି। ମହାପ୍ରଭୁଙ୍କ ଶ୍ରୀମୁଖରେ ଝଲସି ଉଠୁଛି ରତ୍ନଖଚିତ ସୁବର୍ଣ୍ଣ ଚିତା। ଶ୍ରୀମନ୍ଦିରରେ ସକାଳଧୂପ ଏବଂ ଭୋଗମଣ୍ଡପ ନୀତି ସମ୍ପନ୍ନ ପରେ ପୁଷ୍ପାଳକ ସେବକ ତିନିବାଡ଼ରେ ମଇଲମ କରିଥିଲେ। ରତ୍ନସିଂହାସନରୁ ଶ୍ରୀଦେବୀ ଓ ଭୁଦେବୀଙ୍କୁ ହାତରେ ନେଇ ଖଟଶେଜ ଘରେ ବିଜେ କରାଯାଇଥିଲା। ଏହାପରେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିଥିଲେ। ରତ୍ନସିଂହାସନକୁ ଯାଇ ପ୍ରଥମେ ବଡଠାକୁର, ପରେ ସୁଭଦ୍ରା ଏବଂ ଶେଷରେ ଶ୍ରୀଜଗନ୍ନାଥଙ୍କୁ ରତ୍ନ ଖଚିତ ସୁବର୍ଣ୍ଣ ଚିତା ଲାଗି କରାଇଥିଲେ। ଶୁଦ୍ଧସୁଆରଙ୍କ ଘରୁ ଆସିଥିବା ଓଷ ଏବଂ ପାଟରା ସେବକଙ୍କଠାରୁ ଆସିଥିବା ପାଟଡୋର ଦ୍ୱାରା ତିନିଠାକୁରଙ୍କ ଶ୍ରୀମୁଖରେ ଏହି ଚିତା ଲାଗି କରାଇଥିଲେ। ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ୱେତ ହୀରା ଖଚିତ ସୂବର୍ଣ୍ଣ ଚିତା ପରିଧାନ କରିଥିବାବେଳେ ବଡଠାକୁର ନୀଳା ଖଚିତ ସୁବର୍ଣ୍ଣ ଚିତା ଓ ଦେବୀ ସୁଭଦ୍ରା ମାଣିକ୍ୟ ଖଚିତ ସୁବର୍ଣ୍ଣ ଚିତା ଧାରଣ କରିଥିଲେ। ଚିତା ଲାଗି ସମ୍ପନ୍ନ ପରେ ପୂଜାପଣ୍ଡା ସାମନ୍ତ ତିନିବାଡରେ ମହାସ୍ନାନ କରିଥିଲେ। ପରେ ଖଟଶେଜ ଘରେ ଥିବା ଶ୍ରୀଦେବୀ, ଭୁଦେବୀଙ୍କୁ ରତ୍ନସିଂହାସନୁ ବିଜେ କରାଯାଇଥିଲା। ମାଳଫୁଲ ଲାଗି ବେଶ ବଢିବା ପରେ ମହାପ୍ରଭୁଙ୍କୁ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇଥିଲା। ମଧ୍ୟାହ୍ନ ଧୂପ ବଢି ପାଣି ପଡିଲା ପରେ ପୂଜାପଣ୍ଡା, ମୁଦିରସ୍ତ ଏବଂ ପତିମହାପାତ୍ର ତିନି ବାଡରେ ବନ୍ଦାପନା କରିଥିଲେ। ଏହାପରେ ଶ୍ରୀମନ୍ଦିରରେ ଅନ୍ୟାନ ନୀତି ବଢିଥିଲା। ଚିତାଲାଗି ତଥା ଚିତଉ ଅମାବାସ୍ୟ। ଏହି ପବିତ୍ର ତିଥିରେ ଠାକୁରଙ୍କୁ ସକାଳ ଧୂପରେ ଚିତଉ ପିଠା ଲାଗି କରାଯାଇଥିଲା। ସୂଚନାଯୋଗ୍ୟ, ସ୍ନାନ ପୂର୍ଣ୍ଣିମା ଦିନ ଅଣସର ଘରେ ଠାକୁରମାନଙ୍କ ଶ୍ରୀମସ୍ତକରୁ ଚିତାମାନ ଓଲାଗି କରାଯାଇ ଭଣ୍ଡାରଘରେ ରହିଥାଏ। ଶ୍ରୀଗୁଣ୍ଡିଚାରେ ତିନିଠାକୁର ରଥରେ ସୋଲ ନିର୍ମିତ ଚିତା ଧାରଣ କରିଥାନ୍ତି। ଚିତାଲାଗି ଅମାବାସ୍ୟରେ ସୋଲ ଚିତା ଓଲାଗି ହୋଇ ରତ୍ନ ଖଚିତ ସୁବର୍ଣ୍ଣ ଚିତା ଠାକୁରମାନେ ଲାଗି ହୋଇଥାନ୍ତି।
୨ ଘଣ୍ଟା ୪୫ ମିନିଟ୍‌ ବନ୍ଦ ରହିଲା ଦର୍ଶନ
ଅପରାହ୍ନ ୧ଟା ୩୫ରେ ଭୋଗମଣ୍ଡପ ବଢିଥିଲା। ଶ୍ରୀଦେବୀ, ଭୁଦେବୀ ଖଟଶେଜ ଘରକୁ ବିଜେ ହେବା ପରେ ଅପରାହ୍ନ ୨ଟା ୧୫ରେ ଦଇତାପତି ସେବକମାନେ ଗର୍ଭଗୃହକୁ ପ୍ରବେଶ କରିଥିଲେ। ଏହାପରେ ମହାପ୍ରଭୁଙ୍କ ଚିତାଲାଗି ଆରମ୍ଭ ହୋଇ ୪ଟା ୩୦ରେ ଶେଷ ହୋଇଥିଲା। ଅପରାହ୍ନ ୫ଟାରେ ମହାସ୍ନାନ ଶେଷ ହେବା ପରେ ଭକ୍ତଙ୍କୁ ଦର୍ଶନ ପାଇଁ ଛଡା ଯାଇଥିଲା। ଦଇତାପତି ସେବକଙ୍କ ପ୍ରବେଶଠାରୁ ମହାସ୍ନାନ ଶେଷ ହେବା ପର୍ଯ୍ୟନ୍ତ ଅର୍ଥାତ୍‌ ୨ ଘଣ୍ଟା ୪୫ ମିନିଟ୍‌ ଦର୍ଶନ ବନ୍ଦ ରହିଥିଲା ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ

କୋରାପୁଟ/ନାରାୟଣପାଟଣା,୨୦ା୪(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲାର ବନ୍ଧୁଗାଁ ବ୍ଲକର ଡିମିଟିଗୁଡ଼ାରେ ଶନିବାର ଅପରାହ୍ନରେ ବଜ୍ରପାତ ଘଟି ଗ୍ରାମର ଜଣଙ୍କର ମୃତ୍ୟୁ ହୋଇଥିବା ପୋଲିସ ସୂତ୍ରରୁ ଜଣାଯାଇଛି।...

ଭୋଟ୍‌ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ

ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’  ୨୦ରେ ଏଠାରେ ନିର୍ବାଚନ...

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri