ଚିତ୍ରକୋଣ୍ଡାର ୧୮ଟି ପଞ୍ଚାୟତ ବସ୍‌ ସେବାରୁ ବଞ୍ଚିତ

ଚିତ୍ରକୋଣ୍ଡା,୧୧।୬(ଡି.ଏନ୍‌.ଏ): କରୋନା ମହାମାରୀ ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା ହେବା ପରେ ମାର୍ଚ୍ଚ ମାସ ୨୩ଠାରୁ ସମସ୍ତ ଯାତାୟାତ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଥିଲା। ଫଳରେ ଲୋକଙ୍କା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଗତ କିଛି ଦିନ ହେଲା ରାଜ୍ୟ ସରକାର ବସ୍‌ ଚଳାଚଳ ପାଇଁ ନିର୍ଦେଶ ଦେଇଥିଲେ ମଧ୍ୟ ଚିତ୍ରକୋଣ୍ଡାର ୧୮ଟି ଗ୍ରାମ ପଞ୍ଚାୟତ ଏହି ସେବାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି। ଦିନକ ପାଇଁ ଚିତ୍ରକୋଣ୍ଡାରୁ ଜୟପୁର ଗୋଟିଏ ମାତ୍ର ଘରୋଇ ବସ୍‌ ଚଳାଚଳ କରିଥିଲା। ହେଲେ ସେହି ଦିନଠାରୁ ଚିତ୍ରକୋଣ୍ଡାକୁ ନା ଘରୋଇ ବସ୍‌ ଚାଲୁଛି ନା ସରକାରୀ ବସ୍‌। ଉଭୟ ବସ୍‌ ସେବାରୁ ବଞ୍ଚିତ ହୋଇଛନ୍ତି ଚିତ୍ରକୋଣ୍ଡାର ୧୮ଟି ପଞ୍ଚାୟତବାସୀ। ଯଦି ସରକାର ତଥା ଜିଲା ପ୍ରଶାସନ ଲୋକଙ୍କ ଏହି ସମସ୍ୟାକୁ ନଜରରେ ରଖି ଅତି କମ୍‌ରେ ୩ଟି ସରକାରୀ ବସ୍‌ ଚଳାଚଳକୁ ଅନୁମତି ଦିଅନ୍ତେ ତେବେ ଜିଲାବାସୀ ଉପକୃତ ହୁଅନ୍ତେ ବୋଲି ସାଧାରଣ ମହଲରେ ମତ ପ୍ରକାଶ ପାଇଛି। ତେବେ ଚିତ୍ରକୋଣ୍ଡାରୁ ମାଲକାନଗିରି ଜିଲା ସଦର ମହକୁମା, ଚିତ୍ରକୋଣ୍ଡାରୁ ଜୟପୁର ସଦର ମହକୁମା ଓ ଚିତ୍ରକୋଣ୍ଡାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ୩ଟି ବସ୍‌ ଚଳାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri