ଚିତ୍ରକୋଣ୍ଡା ଡାକ୍ତରଖାନା: ଏଣିକି ଭିନ୍ନ ରଙ୍ଗର ବେଡ୍‌ସିଟ୍‌ ପାଇବେ ରୋଗୀ

ଚିତ୍ରକୋଣ୍ଡା,୨ା୧(ଡି.ଏନ.ଏ.)- ଚିତ୍ରକୋଣ୍ଡାସ୍ଥିତ ଉପଖଣ୍ଡ ଚିକିତ୍ସାଳୟରେ ନିର୍ମଳ ଯୋଜନାରେ ବୁଧବାର ପ୍ରଥମ କରି ରୋଗୀମାନଙ୍କୁ ଭିନ୍ନ ଭିନ୍ନ ରଙ୍ଗର ବେଡ୍‌ସିଟ୍‌ ବ୍ୟବହାର ପାଇଁ ପ୍ରଦାନ କରାଯାଇଛି। ପୂର୍ବରୁ ରୋଗୀଙ୍କୁ ଗୋଟିଏ ରଙ୍ଗର ବେଡ୍‌ସିଟ୍‌ ବ୍ୟବହାର ଲାଗି ମିଳୁଥିଲା। କେବେ କେବେ ବେଡ୍‌ ସଟ୍‌ ମଧ୍ୟ ଅଭାବ ହେଉଥିଲା। କେତେକ ସମୟରେ ବେଡ଼ସିଟ ସଫା ହୋଇ ଆସି ପାରୁ ନ ଥିବାରୁ ରୋଗୀଙ୍କୁ ପୁରୁଣା ବେଡ଼ସିଟ ଉପରେ ଶୋଇବାକୁ ପଡୁଥିଲା ଏବେ ସେମାନଙ୍କ ଏ ସମସ୍ୟା ଦୂର ହୋଇଛି। ମାଲକାନଗିରି ଜିଲାରେ ପ୍ରଥମ କରି ଚିତ୍ରକୋଣ୍ଡା ଡାକ୍ତରଖାନାରେ ରୋଗୀଙ୍କୁ ଭିନ୍ନ ରଙ୍ଗର ବେଡ୍‌ସିଟ୍‌ ମିଳିଛି। ରୋଗୀଙ୍କୁ ସପ୍ତାହର ସାତ ଦିନ ଯାକ ଭିନ୍ନଭିନ୍ନ ରଙ୍ଗର ବେଡ଼ସିଟ ବ୍ୟବହାର ପାଇଁ ମିଳିବ। ଏହି କାର୍ଯ୍ୟକ୍ରମରେ ଡାକ୍ତରଖାନ ଅଧ୍ୟକ୍ଷ କ୍ଷୀରୋଦ ଚନ୍ଦ୍ର ମହନ୍ତ, ଡାକ୍ତର ଦୀପକ ନାୟକ, ଆକାଉଣ୍ଟlଣ୍ଟ ରାଜେନ୍ଦ୍ର ପ୍ରସାଦ ଦାଶ, ଫାର୍ମାଶିଷ୍ଟ ଏମ. ଶ୍ରୀନିବାସ ନାୟକ, ପ୍ରଭାତ ପାତ୍ର, ଚୌଧୁରୀ ମହନ୍ତ, ଷ୍ଟାଫନର୍ସ ସତ୍ୟଭାମା ବେହେରା, ଯମୁନା ରାଏ ଓ ରୁବି ରାଏ, ଟୁନା ଆଚାରି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri