ଚିତ୍ରରେ ଶିମିଳିପାଳ ଅଭୟାରଣ୍ୟର ସୌନ୍ଦର୍ଯ୍ୟ

ଭୁବନେଶ୍ୱର, ୧୧ା୧(ବ୍ୟୁରୋ): କେତକୀ ଫାଉଣ୍ଡେଶନ୍‌ ଟ୍ରଷ୍ଟ ପକ୍ଷରୁ ଶୁକ୍ରବାର ରାଷ୍ଟ୍ରୀୟ ଲଳିତ କଳା ଏକାଡେମି ପରିସରରେ ‘ଆଇ ଆମ୍‌ ୱିଥ୍‌ ନେଚର’ ଶୀର୍ଷକ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ଦେଶର ବିଭିନ୍ନ ସ୍ଥାନରେ ରହୁଥିବା ୧୦ ବିଶିଷ୍ଟ ଓଡ଼ିଆ ଚିତ୍ରଶିଳ୍ପୀଙ୍କ ଚିତ୍ରକଳା ପ୍ରଦର୍ଶିତ ହେଉଛି। ଏହି ଅବସରରେ ପୂର୍ବରୁ ଶିମିଳିପାଳ ଅଭୟାରଣ୍ୟର ପ୍ରାକୃତିକ ପରିବେଶରେ ଆୟୋଜିତ ୫ଦିନିଆ କର୍ମଶାଳାରେ ଶିଳ୍ପୀମାନେ ଆଙ୍କିଥିବା ୨୦ ଚିତ୍ରକଳାକୁ ନେଇ ପ୍ରସ୍ତୁତ ଏକ କ୍ୟାଟ୍‌ଲଗ୍‌ ଉନ୍ମୋଚନ କରାଯାଇଛି। ଚିତ୍ରରେ ଶିମିଳିପାଳ ଅଭୟାରଣ୍ୟର ଅପରୂପ ସୌନ୍ଦର୍ଯ୍ୟର ଶୋଭା ଦେଖିବାକୁ ମିଳିଥିଲା। ପ୍ରକୃତି ଓ ଜୀବଜନ୍ତୁଙ୍କ ନିବିଡ଼ ସମ୍ପର୍କ ଚିତ୍ରଶିଳ୍ପୀଙ୍କ ରଙ୍ଗତୁଳୀ ବୟାନ କରୁଥିଲା। ଏଥିସହ କର୍ମଶାଳା ସମୟରେ ଶିମିଳିପାଳର ସ୍ଥାନୀୟ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ତଥା ଲୁଲୁଙ୍ଗ ଗ୍ରାମର ମହିଳାମାନଙ୍କୁ ନେଇ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଚିତ୍ରକଳା ଓ ଝୋଟି ଚିତାଗୁଡ଼ିକୁ ପ୍ରଦର୍ଶନୀରେ ସ୍ଥାନିତ କରାଯାଇଛି। ପୂର୍ବତନ ଭାରତୀୟ ରାଷ୍ଟ୍ରଦୂତ ଲଳିତ ମାନସିଂହ ଓ ଡ. ଜେ.ପି. ଦାସ ଅତିଥିଭାବେ ଯୋଗଦେଇ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଥିଲେ। ବରିଷ୍ଠ ଶିଳ୍ପୀ ରାମହରି ଜେନା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଆସନ୍ତା ୧୫ ତାରିଖ ଯାଏ ପ୍ରଦର୍ଶନୀ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri