ଚିତ୍ରରେ ଶିମିଳିପାଳ ଅଭୟାରଣ୍ୟର ସୌନ୍ଦର୍ଯ୍ୟ

ଭୁବନେଶ୍ୱର, ୧୧ା୧(ବ୍ୟୁରୋ): କେତକୀ ଫାଉଣ୍ଡେଶନ୍‌ ଟ୍ରଷ୍ଟ ପକ୍ଷରୁ ଶୁକ୍ରବାର ରାଷ୍ଟ୍ରୀୟ ଲଳିତ କଳା ଏକାଡେମି ପରିସରରେ ‘ଆଇ ଆମ୍‌ ୱିଥ୍‌ ନେଚର’ ଶୀର୍ଷକ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ଦେଶର ବିଭିନ୍ନ ସ୍ଥାନରେ ରହୁଥିବା ୧୦ ବିଶିଷ୍ଟ ଓଡ଼ିଆ ଚିତ୍ରଶିଳ୍ପୀଙ୍କ ଚିତ୍ରକଳା ପ୍ରଦର୍ଶିତ ହେଉଛି। ଏହି ଅବସରରେ ପୂର୍ବରୁ ଶିମିଳିପାଳ ଅଭୟାରଣ୍ୟର ପ୍ରାକୃତିକ ପରିବେଶରେ ଆୟୋଜିତ ୫ଦିନିଆ କର୍ମଶାଳାରେ ଶିଳ୍ପୀମାନେ ଆଙ୍କିଥିବା ୨୦ ଚିତ୍ରକଳାକୁ ନେଇ ପ୍ରସ୍ତୁତ ଏକ କ୍ୟାଟ୍‌ଲଗ୍‌ ଉନ୍ମୋଚନ କରାଯାଇଛି। ଚିତ୍ରରେ ଶିମିଳିପାଳ ଅଭୟାରଣ୍ୟର ଅପରୂପ ସୌନ୍ଦର୍ଯ୍ୟର ଶୋଭା ଦେଖିବାକୁ ମିଳିଥିଲା। ପ୍ରକୃତି ଓ ଜୀବଜନ୍ତୁଙ୍କ ନିବିଡ଼ ସମ୍ପର୍କ ଚିତ୍ରଶିଳ୍ପୀଙ୍କ ରଙ୍ଗତୁଳୀ ବୟାନ କରୁଥିଲା। ଏଥିସହ କର୍ମଶାଳା ସମୟରେ ଶିମିଳିପାଳର ସ୍ଥାନୀୟ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ତଥା ଲୁଲୁଙ୍ଗ ଗ୍ରାମର ମହିଳାମାନଙ୍କୁ ନେଇ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଚିତ୍ରକଳା ଓ ଝୋଟି ଚିତାଗୁଡ଼ିକୁ ପ୍ରଦର୍ଶନୀରେ ସ୍ଥାନିତ କରାଯାଇଛି। ପୂର୍ବତନ ଭାରତୀୟ ରାଷ୍ଟ୍ରଦୂତ ଲଳିତ ମାନସିଂହ ଓ ଡ. ଜେ.ପି. ଦାସ ଅତିଥିଭାବେ ଯୋଗଦେଇ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଥିଲେ। ବରିଷ୍ଠ ଶିଳ୍ପୀ ରାମହରି ଜେନା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଆସନ୍ତା ୧୫ ତାରିଖ ଯାଏ ପ୍ରଦର୍ଶନୀ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri