Categories: ଜାତୀୟ

ଚିଦାମ୍ବରମଙ୍କ ଗିରଫଦାରିକୁ କଂଗ୍ରେସର ବିରୋଧ:ସ୍ପଷ୍ଟ ଦିବାଲୋକରେ ଗଣତନ୍ତ୍ରର ହତ୍ୟା

ନୂଆଦିଲ୍ଲୀ,୨୩ା୮(ପି.ଟି./ଆଇଏଏନ୍‌ଏସ୍‌):ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ଗିରଫଦାରି ବେଆଇନ। କେନ୍ଦ୍ର ସରକାର ରାଜନୈତିକ ଉଦ୍ଦେଶ୍ୟ ରଖି ତାଙ୍କୁ ଗିରଫ କରାଇଛନ୍ତି। ଏହା ସ୍ପଷ୍ଟ ଦିବାଲୋକରେ ଗଣତନ୍ତ୍ରର ହତ୍ୟା ବୋଲି ଅଭିଯୋଗ ଆଣିଛି କଂଗ୍ରେସ।
କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି କଂଗ୍ରେସ ମୁଖପାତ୍ର ରଣଦୀପ ସୁର୍ଜଓ୍ବୋଲା କହିଛନ୍ତି, ହତାଶ କେନ୍ଦ୍ର ସରକାର ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ଚିଦାମ୍ବରମଙ୍କୁ ଗିରଫ କରାଇଛନ୍ତି। ଦେଶରେ ଅର୍ଥନୈତିକ ସଙ୍କଟ ସୃଷ୍ଟି ହୋଇଥିବାବେଳେ ଏଥିରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ସରକାର ଉଦ୍ୟମ କରୁଛନ୍ତି। ସିବିଆଇ ଏବଂ ଇଡି ସେମାନଙ୍କ ରାଜନୈତିକ ମାଷ୍ଟର୍ସଙ୍କୁ ଖୁସି କରିବା ପାଇଁ ଚିଦାମ୍ବରମଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି। ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଚିଦାମ୍ବରମଙ୍କୁ ୨୦ ଥର ସମନ କରାଯାଇଥିବାବେଳେ ତାଙ୍କ ଘରେ ୪ ଥର ଚଢ଼ାଉ କରାଯାଇସାରିଛି। ତାଙ୍କ ବିରୋଧରେ ମିଥ୍ୟା ଓ ମନଗଢ଼ା ଅଭିଯୋଗ ଆଣି ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯିବା ସ୍ପଷ୍ଟ ଦିବାଲୋକରେ ଗଣତନ୍ତ୍ରର ହତ୍ୟା ସହ ସମାନ ବୋଲି ସୁର୍ଜଓ୍ବୋଲା ସମାଲୋଚନା କରିଛନ୍ତି।

Share