Posted inଜାତୀୟ

ଚିଦାମ୍ବରମଙ୍କ ଜାମିନ ଆବେଦନ: ସିବିଆଇକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୫ା୧୦(ପି.ଟି.): ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ତିହାର ଜେଲ୍‌ରେ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ସିବିଆଇକୁ ନୋଟିସ ଜାରି କରିଛନ୍ତି। ଜଷ୍ଟିସ ଆର୍‌. ଭାନୁମଥି ଓ ହୃଷୀକେଶ ରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଜବାବ ଦାଖଲ କରିବା ଲାଗି ସିବିଆଇ ପକ୍ଷରୁ ଉପସ୍ଥିତ ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ କହିବା ସହ ମାମଲାର ପରବର୍ତ୍ତୀ ଶୁଣାଣି ଅକ୍ଟୋବର ୧୫କୁ ଧାର୍ଯ୍ୟ କରିଛନ୍ତି। ସେପ୍ଟେମ୍ବର ୩୦ରେ ଦିଲ୍ଲୀ ହାଇକୋର୍ଟ ଚିଦାମ୍ବରମଙ୍କ ଜାମିନ ଆବେଦନକୁ ଖାରଜ କରିବା ପରେ ସେ ଏହାକୁ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରିଥିଲେ। ଅଗଷ୍ଟ ୨୧ରେ ସିବିଆଇ ଚିଦାମ୍ବରମଙ୍କୁ ଗିରଫ କରିବା ପରେ ସେ ଏବେ ବିଚାର ବିଭାଗୀୟ ହାଜତରେ ଅଛନ୍ତି। ଦିଲ୍ଲୀର ଏକ ଅଦାଲତ ତାଙ୍କ ହାଜତ ସମୟସୀମାକୁ ୧୭ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ସିବିଆଇ ହାଜତ ଓ ତିହାର ଜେଲ୍‌ରେ ଚିଦାମ୍ବରମ ୪୩ ଦିନ ବିତାଇସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

୫୫ ମିନିଟ୍‌ ଧରି ଫୋନ୍‌ରେ କଥା ହେଲେ ଟ୍ରମ୍ପ-ପୁଟିନ୍‌: ବନ୍ଦ ହୋଇଯିବ କି…

ଓ୍ବାଶିଂଟନ୍‌,୧୫।୬:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ଆଲୋଚନା ହୋଇଥିଲା। ପ୍ରାୟ ୫୫ ମିନିଟ ଧରି ଚାଲିଥିବା…

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri