ଚିନିକଳ ନିରାପତ୍ତା କର୍ମଚାରୀଙ୍କୁ ମିଳିନି ୨୪ ମାସର ଦରମା, ଜିଲାପାଳଙ୍କୁ ଫେରାଦ

ବରଗଡ଼ ଅଫିସ୍‌,୨୨।୮- ବରଗଡ଼ ସହର ଉପକଣ୍ଠ ତୋରାସ୍ଥିତ ସମବାୟ ଚିନିକଳରେ କାର୍ଯ୍ୟରତ ନିରାପତ୍ତା କର୍ମଚାରୀଙ୍କୁ ୨୪ମାସର ଦରମା ମିଳି ନଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଗୁରୁବାର ନିରାପତ୍ତା କର୍ମଚାରୀମାନେ ବରଗଡ଼ ଜିଲାପାଳଙ୍କୁ ଫେରାଦ ହୋଇଥିଲେ। ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ସେମାନେ ଏ ନେଇ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସ୍ମାରକପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି, ଦରମା ମିଳୁ ନ ଥିବା ନେଇ ବାରମ୍ବାର ବିଭାଗୀୟ ଉଚ୍ଚ କର୍ତ୍ତପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ତେବେ ବିଭାଗୀୟ କର୍ତ୍ତୃପକ୍ଷଙ୍କଠାରୁ କେବଳ ଆଶ୍ୱାସନା ଛଡ଼ା ଅନ୍ୟକିଛି ମିଳୁ ନଥିବା ନିରାପତ୍ତା କର୍ମଚାରୀମାନେ ଅଭିଯୋଗ କରିଛନ୍ତି । ଅପରପକ୍ଷେ ଆଗକୁ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଆସୁଛି । ସେହି ପର୍ବ ପାଳନ କରିବା ପାଇଁ ମଧ୍ୟ ହାତରେ ଅର୍ଥ ନାହିଁ । ଏଣୁ ବକେୟା ଦରମା ପ୍ରଦାନ କ୍ଷେତ୍ରରେ ବିହିତ ପଦକ୍ଷେପ ନେବା ପାଇଁ ନିରାପତ୍ତା କର୍ମଚାରୀମାନେ ଜିଲାପାଳଙ୍କୁ ନିବେଦନ କରିଛନ୍ତି । ସ୍ମାରକପତ୍ରରେ ଦୀପରାଜ ପ୍ରସାଦ, ବଳିଷ୍ଠ ସାହୁ, ନନ୍ଦକିଶୋର ରଣା, ରାଜକିଶୋର ଦୀପ ପ୍ରମୁଖଙ୍କ ସ୍ବାକ୍ଷର ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri