ଚିନିକଳ ପାଇଁ ଦ୍ୱିତୀୟ ବୈଠକ: କଡ଼ାକଡ଼ି କରାଯିବ ସୁରକ୍ଷା ବ୍ୟବସ୍ଥା

ନୟାଗଡ଼ ଅଫିସ,୧୪ା୯: ନୟାଗଡ଼ ଜିଲାରେ ବନ୍ଦ ହୋଇ ପଡ଼ିଥିବା ଏକମାତ୍ର ଶିଳ୍ପ ଚିନିକଳକୁ ଖୋଲିବା ନିମନ୍ତେ ଶୁକ୍ରବାର ସନ୍ଧ୍ୟାରେ ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମନ୍ତ୍ରୀ, ଏମ୍‌ପି , ବିଧାୟକ, ଜିଲାପାଳ, ବିଭିନ୍ନ ଦଳର ନେତା, କୃଷକ , ଶ୍ରମିକମାନେ ସମସ୍ତେ ଏକାଠି ହୋଇ ଚିନିକଳ ଖୋଲିବା ପାଇଁ କି କି ପଦକ୍ଷେପ ନିଆଯାଇପାରିବ ସେ ନେଇ ଆଲୋଚନା କରିଥିଲେ। ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ପୁରୀ ଏମ୍‌ପି ପିନାକୀ ମିଶ୍ର, ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ଜିଲାପାଳ ଡା. ପୋମା ଟୁଡୁ ପ୍ରମୁଖ ଉପସ୍ଥିତ ଥିଲେ। ବାରମ୍ବାର ଚିନକଳ ପରିସରରୁ ଚୋରି ହେଉଥିବାରୁ ଏହାର ସୁରକ୍ଷା ପାଇଁ କଡ଼ାକଡ଼ି ବ୍ୟବସ୍ଥା କରାଯିବ ବୋଲି ଜିଲାପାଳ ଟୁଡୁ କହିଥିଲେ। ଚିନିକଳ ପରିସରରେ ପୋଲିସ କର୍ମୀ ମୁତୟନ କରାଯିବା ପାଇଁ ନିଷ୍ପତ୍ତି ନେଇଥିଲେ। ଜିଲାପାଳ କିଛି ଦିନ ଭିତରେ ଚିନିକଳକୁ ଯାଇ ସେଠାରେ ବର୍ତ୍ତମାନର ପରିସ୍ଥିତି ଭିଡ଼ିଓ ରେକର୍ଡ଼ିଂ କରିବେ ବୋଲି କହିଥିଲେ। ଏହା ପରେ ଆଉ ଏକ ବୈଠକ କରାଯାଇ ଏ ଦିଗରେ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି। ଏମ୍‌ପି ମିଶ୍ର ସମସ୍ତ କାଗତପତ୍ରକୁ ଦେଖିବା ସହ କଣ ପ୍ରତିବନ୍ଧକ ରହିଛି ତାହାକୁ ଏଡ଼ାଇ ଚିନିକଳ ଖୋଲିବା ପାଇଁ ସମସ୍ତ ବନ୍ଦୋବସ୍ତ କରାଯିବ ବୋଲି ପ୍ରକାଶ କରିଥିଲେ। ଚିନିକଳ ସୁରକ୍ଷା ଅଭିଯାନର କର୍ମକର୍ତ୍ତା ବିଶ୍ୱନାଥ ମହାପାତ୍ର, ମନୋଜ କୁମାର ସାହୁ, ସନ୍ତୋଷ କୁମାର ପ୍ରଧାନ, ଯୋଗେନ୍ଦ୍ର ଖୁଣ୍ଟିଆ, ଜନାର୍ଦ୍ଧନ ଦଳବେହେରା, ଚକ୍ରଧର ଜେନା, ଉମେଶ ଚନ୍ଦ୍ର ମହାପାତ୍ର, ଗୋଲକ ବିହାରୀ ମୁଦୁଲି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri