ଚିନିଶିଳ୍ପ ବଟ୍‌ଲିଂ ପ୍ଲାଣ୍ଟରେ ଶ୍ରମିକ ଅଶାନ୍ତି

ଆସିକା,୨୩ା୧୦ (ଡି.ଏନ୍‌.ଏ.)- ଆସିକା ସମବାୟ ଚିନିଶିଳ୍ପ ମଦ ପ୍ରସ୍ତୁତି ଲାଗି ରହିଥିବା ବଟ୍‌ଲିଂ ପ୍ଲାଣ୍ଟରେ ମଙ୍ଗଳବାର ଅପରାହ୍ନରୁ ଶ୍ରମିକ ଅଶାନ୍ତି ଦେଖାହୋଇଛି। ମଦ ପ୍ୟାକିଂ କାର୍ଯ୍ୟରେ ନିୟୋଜିତ ଶ୍ରମିକମାନେ ୩ଦଫା ଦାବିରେ ସନ୍ଧ୍ୟାରୁ ଚିନିଶିଳ୍ପ ପରିଚାଳନା ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ବେହେରା, ସମ୍ପାଦକ ଚନ୍ଦ୍ରଶେଖର ରେଡ୍ଡୀ ଓ ପରିଚାଳନା ପରିଷଦ ସଭାପତି ବିପିନ ବିହାରୀ ପାତ୍ରଙ୍କୁ ପରିଚାଳନା ନିର୍ଦ୍ଦେଶକଙ୍କ ଅଫିସରେ ଘେରାଉ କରି ରଖିଛନ୍ତି। ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ, ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ତହସିଲଦାର ଆଶୁତୋଶ ଗୌରବ କର, ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ପ୍ରମୁଖ ଶ୍ରମିକ ପ୍ରତିନିଧି ପୂର୍ବତନ ବିଧାୟକ ସରୋଜ ପାଢୀ, ବିଜୟ କୁମାର ସ୍ବାଇଁଙ୍କ ସହ ଆଲୋଚନା କରିଥିଲେ ମଧ୍ୟ ସମାଧାନର ବାଟ ବାହାରିନାହିଁ। ଗଞ୍ଜାମ ଜିଲାପାଳ ବୁଧବାର ଛତ୍ରପୁରଠାରେ ଏ ସମ୍ପର୍କରେ ଆଲୋଚନା ଲାଗି ଶ୍ରମିକ ପ୍ରତିନିଧି ଓ ଚିନିଶିଳ୍ପ ପରିଚାଳନା କର୍ତ୍ତୃପକ୍ଷଙ୍କୁ ଆସିବା ଲାଗି ଉପଜିଲାପାଳଙ୍କ ଜରିଆରେ ଖବର ପଠାଇଥିଲେ। ମାତ୍ର ଶ୍ରମିକମାନେ ଖବର ଲେଖାହେବା ପର୍ଯ୍ୟନ୍ତ ଏଥିରେ ରାଜି ହୋଇ ନ ଥିବା ଜଣାପଡିଛି। ବଟଲିଂ ପ୍ଲାଣ୍ଟରେ କାର୍ଯ୍ୟରତ ଶ୍ରମିକଙ୍କୁ ପୂର୍ବ ଚୁକ୍ତି ମୁତାବକ ମାସିକ ୨୪ ଦିନର ଦରମା, ଗତ ଏପ୍ରିଲରୁ ମିଳି ନ ଥିବା ଅତିରିକ୍ତ ମହଙ୍ଗା ଭତ୍ତା ଓ ଭଙ୍ଗା ମେଶିନକୁ କାର୍ଯ୍ୟକ୍ଷମ କରି ଶ୍ରମିକଙ୍କୁ କାର୍ଯ୍ୟ କରିବାର ସୁଯୋଗ ଦେବା ପ୍ରମୁଖ ଦାବି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri