ଚିନି ଦର ବଢ଼ିବା ପରେ ସରକାର ନେଲେ ବଡ଼ ପଦକ୍ଷେପ, ସେପ୍ଟେମ୍ବର ୧ରୁ …

ନୂଆଦିଲ୍ଲୀ,୨୦।୮: ଭାରତ ବିଶ୍ୱରେ ଚିନିର ସବୁଠାରୁ ବଡ଼ ଉପଭୋକ୍ତା। ଅଗଷ୍ଟରୁ ନଭେମ୍ବର ମଧ୍ୟରେ ଗଣେଶ ଚତୁର୍ଥୀ, ଦଶହରା ଏବଂ ଦୀପାବଳି ଭଳି ପର୍ବପର୍ବାଣୀ ଯୋଗୁ ଚିନିର ଚାହିଦା ବଢ଼ିଯାଏ। ଚିନିର ବଢ଼ୁଥିବା ଦର ଏବଂ ପର୍ବପର୍ବାଣୀ ସମୟରେ ଚାହିଦା ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଚିନି ମହଜୁଦ ରଖିବା ନିୟମକୁ ଆହୁରି କଡ଼ା କରିଛନ୍ତି।

ଏବେ ମାସକୁ ୧୦ ମେଟ୍ରିକ ଟନ୍‌ରୁ ଅଧିକ ଚିନି ବ୍ୟବହାର କିମ୍ବା ବ୍ୟବସାୟ କରୁଥିବା ଡିଲରମାନେ ୧୫ ଦିନରୁ ଅଧିକ ସମୟ ପାଇଁ ଚିନି ମହଜୁଦ ରଖିପାରିବେ ନାହିଁ। ନୂଆ ନିୟମ ସେପ୍ଟେମ୍ବର ୧ରୁ ଲାଗୁ ହେବ ଏବଂ ନଭେମ୍ବର ୩୦ ପର୍ଯ୍ୟନ୍ତ ଜାରି ରହିବ। ବଜାରରେ ଚିନିର ଉପଲବ୍ଧତା ବଢ଼ାଇବା ଏବଂ ଦର ନିୟନ୍ତ୍ରଣରେ ରଖିବା ଉଦ୍ଦେଶ୍ୟରେ ସରକାର ଏହି ପଦକ୍ଷେପ ନେଇଛନ୍ତି।

ପର୍ବପର୍ବାଣୀ ସମୟରେ ଘରୋଇ ଚାହିଦା ବ୍ୟତୀତ ବିସ୍କୁଟ, ମିଠା ଏବଂ ଅନ୍ୟାନ୍ୟ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀମାନେ ମଧ୍ୟ ଅଧିକ ପରିମାଣରେ ଚିନି କିଣନ୍ତି। ଏଭଳି ସ୍ଥିତିରେ ବଜାରରେ ପର୍ଯ୍ୟାପ୍ତ ଚିନି ଉପଲବ୍ଧ ରହିବା ସହ ମହଜୁଦଦାରୀ ଯୋଗୁ ଦର ଯେପରି ଅଧିକ ବଢ଼ି ନଯାଏ, ସେଥିପାଇଁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

ସରକାର ଗତ ମାସରେ ହିଁ ବ୍ୟବସାୟୀମାନଙ୍କ ପାଇଁ ଚିନି ମହଜୁଦ ରଖିବାର ସୀମା ୩୦ ଦିନକୁ ହ୍ରାସ କରିଥିଲେ। କିନ୍ତୁ ଏହା ସତ୍ତ୍ୱେ ଚିନିର ଦର ବୃଦ୍ଧି ଜାରି ରହିଥିଲା। ଏବେ ସରକାର ଏହି ସମୟସୀମାକୁ ଆହୁରି କମାଇ ମାତ୍ର ୧୫ ଦିନ କରିଛନ୍ତି। ଏହି ନିୟମ ଥୋକ ବ୍ୟବସାୟୀ ଏବଂ ବଡ଼ କ୍ରେତାମାନଙ୍କ ପାଖରେ ଆବଶ୍ୟକତାଠାରୁ ଅଧିକ ଚିନି ମହଜୁଦ ହେବାକୁ ରୋକିବାରେ ସହାୟକ ହୋଇପାରେ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୩ ରାଶି ହୋଇଯାଆନ୍ତୁ ସତର୍କ, ମାଡିଆସୁଛି ସଙ୍କଟ! ରକ୍ଷାବନ୍ଧନରେ ଘଟୁଛି ଏଭଳି ଯାହା କେବେ…

ରକ୍ଷାବନ୍ଧନ ଦିନ ଅର୍ଥାତ୍‌ ୨୮ ଅଗଷ୍ଟରେ ଆଂଶିକ ଚନ୍ଦ୍ରଗ୍ରହଣ ହେବ। ଜ୍ୟୋତିଷଙ୍କ ମତାନୁସାରେ, ଏହି ଗ୍ରହଣର ପ୍ରଭାବ କିଛି ରାଶିର ବ୍ୟକ୍ତିଙ୍କ ଉପରେ ପଡ଼ିପାରେ। ବିଶେଷକରି ମେଷ,…

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ

ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ…

ଲୋକ ସଭା ଆସନକୁ ନେଇ ବଡ଼ ଗେମ୍‌ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ

ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri