ଚିନି ଶିଳ୍ପ ପରିଚାଳନା ନିର୍ଦ୍ଦେଶକଙ୍କୁ ଘେରିଲେ ଶ୍ରମିକ

ଆସିକା, ୧୦ା୯(ଡି.ଏନ.ଏ.)-ଆସିକା ସମବାୟ ଚିନି ଶିଳ୍ପରେ ସୋମବାର ଅପରାହ୍ନରୁ ଶ୍ରମିକ ଅଶାନ୍ତି ଦେଖା ଦେଇଛି। ଶ୍ରମିକମାନେ ଚିନିଶିଳ୍ପ ପରିଚାଳନା ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ବେହେରାଙ୍କୁ ତାଙ୍କ କାର୍ଯ୍ୟାଳୟରେ ଘେରାଉ କରିଛନ୍ତି ା ସୋମବାର ଅପରାହ୍ନ ପ୍ରାୟ ୪ଟାରେ କାରଖାନାରୁ ଏକ ଟ୍ରକ ଯୋଗେ ରଦି କାର୍ଟୁନ ଯାଉଥିଲା ା କିନ୍ତୁ ସେହି ଟ୍ରକରେ ରଦି କାର୍ଟୁନ ସହ ଭଲ କାର୍ଟୁନ ଥିବା ଜଣାପଡିବା ପରେ ଶ୍ରମିକଙ୍କ ମଧ୍ୟରେ ଉତ୍ତେଜନା ଦେଖା ଦେଇଥିଲା ା ଶ୍ରମିକମାନେ ରଦି କାର୍ଟୁନ ଥିବା ଟ୍ରକକୁ କାରଖାନା ଭିତରେ ରଖି ପରିଚାଳନା ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ କରିଥିଲେ ା ବହୁମୂଲ୍ୟର ଜିନିଷକୁ କମ୍‌ ଦରରେ ବିଲ୍‌ କରି କାରଖାନାକୁ ହରିଲୁଟ୍‌ କରାଯାଉଥିବା ଅଭିଯୋଗ କରିଥିଲେ ା ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବା ଲାଗି ଶ୍ରମିକମାନେ ଅଡି ବସିଛନ୍ତି। କାରଖାନାରୁ ରୀତିମତ ଏଭଳି ମୂଲ୍ୟବାନ ସାମଗ୍ରୀ ବାହାରକୁ ଚାଲି ଯାଉଥିବା ଅଭିଯୋଗ କରାଯାଇଛି ା ଖବର ଲେଖା ହେବା ଯାଏ ଅଶାନ୍ତି ଲାଗି ରହିଥିଲା ା ଶ୍ରମିକ ଓ ପରିଚାଳନା ନିର୍ଦ୍ଦେଶକଙ୍କ ମଧ୍ୟରେ ଆଲୋଚନା ଚାଲିଛି ା ଘଟଣା ସମ୍ପର୍କରେ ପରିଚାଳନା ନିର୍ଦ୍ଦେଶକଙ୍କୁ ଲକ୍ଷ୍ମୀକାନ୍ତ ବେହେରାଙ୍କୁ ପଚାରିବାରେ ଶ୍ରମିକଙ୍କ ସହ ଆଲୋଚନା ଚାଲିଥିବା ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri