Posted inଜାତୀୟ

ଚିନ୍ତାରେ କାଳିଘାଟ ପୋଷ୍ଟ ଅଫିସ: ପହଞ୍ଚୁଛି ‘ଜୟ ଶ୍ରୀରାମ’ ଲେଖାଥିବା ହଜାର ହଜାର ପୋଷ୍ଟକାର୍ଡ

କୋଲକାତା,୭।୬: ପଶ୍ଚିମବଙ୍ଗରେ ତ୍ରୁଣ ମୂଳ କଂଗ୍ରେସ ଓ ଭାଜପା ମଧ୍ୟରେ ତୁତୁ ମେମେ ଲାଗି ରହିଛି। ଏବେ ଏହା ଏମିତି ସ୍ଥିତିରେ ପହଞ୍ଚିଛି ଯେ କିଛି ଦିନ ହେବ ଉଭୟ ଦଳ ପୋଷ୍ଟକାର୍ଡ ଓ୍ବାର ଆରମ୍ଭ କରି ସାରିଛନ୍ତି। ଏବେ ଦକ୍ଷିଣ କୋଲକାତାରେ ଥିବା କାଳିଘାଟ ପୋଷ୍ଟ ଅଫିସରେ ଭାଜପା ଦ୍ୱାରା ପଠାଯାଇଥିବା ହଜାର ହଜାର ସଂଖ୍ୟାରେ ‘ଜୟ ଶ୍ରୀରାମ’ ଲେଖାଥିବା ପୋଷ୍ଟ କାର୍ଡ ପହଞ୍ଚୁଛି। ଯାହା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଠିକଣାରେ ଆସୁଛି। ଏବେ ପୋଷ୍ଟ ଅଫିସର କର୍ମଚାରୀଙ୍କ ପାଇଁ ଏହି ପୋଷ୍ଟକାର୍ଡ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ପୋଷ୍ଟ ମାଷ୍ଟରଙ୍କ କହିବା କଥା ହେଲା ମମତା ବାନାର୍ଜୀ ଯେବେଠାରୁ ମୁଖ୍ୟମନ୍ତ୍ରୀ ହେଲେଣି ସେବେଠାରୁ ପ୍ରାୟ ପ୍ରତିଦିନ ଏଠାକୁ ୩୦ରୁ ୪୦ ପୋଷ୍ଟକାର୍ଡ ଓ ରେଜିଷ୍ଟର ଲେଟର ଆସିଥାଏ। ସେଥିପାଇଁ ଜଣେ ଡାକ କର୍ମଚାରୀଙ୍କୁ ସ୍ବତନ୍ତ୍ର ଭାବେ ମମତାଙ୍କ ଘରେ ଚିଠି ଗୁଡିକ ପହଞ୍ଚାଇବା ଦାୟିତ୍ୱ ଦିଆଯାଇଛି। ଆଉ ସେହି କର୍ମଚାରୀ ଜଣକ ସେଠାରେ ଜଣେ ନିର୍ଦ୍ଦିଷ୍ଟ ବ୍ୟକ୍ତିଙ୍କୁ ସେ ସବୁ ପତ୍ର ହସ୍ତାନ୍ତର କରିଥାଆନ୍ତି। ହେଲେ ଏବେ ମମତାଙ୍କ ଠିକଣାରେ ଏତେ ପରିମାଣରେ ‘ଜୟ ଶ୍ରୀରାମ’ ଲେଖାଥିବା ପୋଷ୍ଟକାର୍ଡ ଆସୁଛି ଯେ ଡାକଘରକୁ ଆସୁଥିବା ସମସ୍ତ ଚିଠିଠାରୁ ଏହା ଦଶଗୁଣା ଅଧିକ। ତେଣୁ ଏହା ଆମ ପାଇଁ ସମସ୍ୟା ସୃଷ୍ଟି କରୁଛି ବୋଲି ପୋଷ୍ଟ ମାଷ୍ଟର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri