ଚିନ୍ତା ବଢାଇଛି ରାଜ୍ୟ ବାହାରୁ ଆସୁଥିବା ଟ୍ରକ

ବୁଗୁଡ଼ା,୨୬ା୪(ଡି.ଏନ.ଏ.)-ମହାମାରୀ କରୋନା ସଂକ୍ରମଣର ଭୟ ଅଞ୍ଚଳବାସୀଙ୍କୁ ବ୍ୟସ୍ତ କରୁଥିବାବେଳେ ବାହାର ରାଜ୍ୟରୁ ଆସୁଥିବା ଟ୍ରକ ବୁଗୁଡ଼ା ସହରବାସୀଙ୍କ ଚିନ୍ତାର କାରଣ ପାଲଟିଛି। ଏଠାକାର ପରିବା ବଜାର ସହରର ମଧ୍ୟଭାଗରେ ରହିଥିବାବେଳେ ଚାରିପଟେ ଅରବିନ୍ଦନଗର, ବାଲିପିଣ୍ଡି ସାହି, ତେଲିସାହି ଓ ମୁଖ୍ୟ ସଡ଼କ ରହିଛି। ଲକ୍‌ଡାଉନ ଯୋଗୁ ଜିଲା ତଥା ରାଜ୍ୟ ବାହାର ଲୋକଙ୍କୁ ଅଞ୍ଚଳ ମଧ୍ୟକୁ ପ୍ରବେଶ ନିଷେଧ କରାଯାଇଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀ ଆଳୁ ଓ ପିଆଜ ଆଦି ପରିବା ବୋଝେଇ ଗାଡ଼ିଗୁଡ଼ିକୁ କଟକଣା ମୁକ୍ତ କରାଯାଇଛି। ତେବେ ପଶ୍ଚିମବଙ୍ଗ, ମହାରାଷ୍ଟ୍ର ଭଳି କରୋନା ପ୍ରଭାବିତ ଅଞ୍ଚଳରୁ ବୁଗୁଡ଼ା ପରିବା ବଜାରକୁ ଦୈନିକ ବହୁ ଆଳୁ ଓ ପିଆଜ ବୋଝେଇ ଟ୍ରକ ଆସୁଛି। ସମ୍ପୃକ୍ତ ଚାଳକ ଓ ହେଲ୍‌ପର ବିଭିନ୍ନ ସ୍ଥାନରେ ବସାଉଠା କରିବା ସହ ଏଣେତେଣେ ଛେପ ପକାଇବା ସହ ଖିଆପିଆ ମଧ୍ୟ କରୁଛନ୍ତି। ତେଣୁ କରୋନା ସଂକ୍ରମଣ ଆଶଙ୍କାରେ ପରିବା ବଜାର ନିକଟସ୍ଥ ସାହି ବାସିନ୍ଦାମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଏନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସାହିବାସିନ୍ଦା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri