ଚିନ୍ତା ବଢ଼ାଇଲାଣି ଯାଜପୁର: ପୁଣି ଜଣେ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯କୁ ବୃଦ୍ଧି

ଭୁବନେଶ୍ୱର,୬।୫(ବ୍ୟୁରୋ): ଯାଜପୁର ଜିଲାରେ ପୁଣି ଜଣେ କରୋନା ପଜିଟିଭ୍‌ ବୁଧବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୧୭୯କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଓ୍ବେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।