ଚିନ୍ତା ବଢ଼ାଇଲା ଦିଲ୍ଲୀ

ନୂଆଦିଲ୍ଲୀ, ୨୪ା୬: ଭାରତରେ ମହାମାରୀ କରୋନାର ପ୍ରକୋପ ବଢ଼ି ବଢ଼ି ଚାଲିଥିବାବେଳେ ମହାରାଷ୍ଟ୍ର, ତାମିଲନାଡ଼ୁ ଓ ରାଜଧାନୀ ଦିଲ୍ଲୀ ପରିସ୍ଥିତିକୁ ବିଗାଡ଼ିବାରେ ଲାଗିଛନ୍ତି। ଦିଲ୍ଲୀରେ ଗତ ୨୪ ଘଣ୍ଟା ମଧ୍ୟରେ ୩,୯୪୭ ନୂଆ ଭୂତାଣୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ୬୬ ଜଣଙ୍କ ମଙ୍ଗଳବାର ଜୀବନ ଯାଇଛି। ଏଠାରେ ଏବେ କରୋନା ରୋଗୀଙ୍କ ସଂଖ୍ୟା ୬୬,୬୦୨କୁ ବୃଦ୍ଧିପାଇଛି। ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୨,୩୦୧କୁ ବଢ଼ିଛି। କେନ୍ଦ୍ର ଓ ଦିଲ୍ଲୀ ସରକାରଙ୍କ ମଧ୍ୟରେ କରୋନା ମୁକାବିଲା ଲାଗି ଘନ ଘନ ଆଲୋଚନା ଜାରି ରହିଛି। ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୫୦ ହଜାର ଟପିଥିବା ବେଳେ ୧୪,୧୯୦ ଜଣଙ୍କ ଜୀବନ ଗଲାଣି। ପରିସ୍ଥିତି କ୍ରମଶଃ ଗମ୍ଭୀର ରୂପ ଧାରଣ କରିବାରେ ଲାଗିଥିବା କୁହାଯାଇଛି।
ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩୬ ହଜାରରେ ପହଞ୍ଚି ଥିବାବେଳେ ୬,୨୮୩ ଜଣ ପ୍ରାଣ ହରାଇଲେଣି। ତାମିଲନାଡ଼ୁ ଦ୍ୱିତୀୟ ସର୍ବାଧିକ କରୋନା ଆକ୍ରାନ୍ତ ରାଜ୍ୟ ହୋଇଥିବା ବେଳେ ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୪,୬୦୦ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୨,୫୧୬ ନୂଆ ମାମଲା ଦେଖିବାକୁ ମିଳିଛି। ସେହିଭଳି ଗୁଜରାଟରେ ୨୮,୪୦୦, ଉତ୍ତର ପ୍ରଦେଶରେ ୨୮ ହଜାର ୫୦୦, ରାଜସ୍ଥାନରେ ୧୫, ୫୦୦, ପଶ୍ଚିମବଙ୍ଗରେ ୧୫ ହଜାର କରୋନା ରୋଗୀ ଥିବା ଜଣାପଡ଼ିଛି। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ଭୟଙ୍କର ଭାବେ ବୃଦ୍ଧିପଶଇବା ମୁଣ୍ଡବିନ୍ଧା ବଢ଼ାଇଦେଇଛି। ବିଶେଷ କରି ପ୍ରବାସୀଙ୍କ ଆଗମନ ଓ ଲକ୍‌ଡାଉନ୍‌ ହଟିବା ପରେ ଉଗ୍ର ସଂକ୍ରମଣ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍‌ ଦେଇ ପାଣି ଛଡ଼ାଗଲା

ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ…

୨୦୨୮ କର୍ନାଟକ ବିଧାନସଭା ନିର୍ବାଚନ, ବହୁ ପୂର୍ବରୁ ବଡ଼ ଘୋଷଣା କଲେ ସିଦ୍ଧରାମୈୟା

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଦଳର ଜଣେ ଦୃଢ଼ ନେତା ସିଦ୍ଧରାମୈୟା ଘୋଷଣା…

ସଡ଼କ ପରେ ଏବେ ସଂସଦ…, କେସି ଭେନୁଗୋପାଳଙ୍କ ବଡ଼ ଦାବି, କହିଲେ-କ୍ଷମା ମାଗନ୍ତୁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତୃତ୍ୱାଧୀନ ବିରୋଧୀ ଦଳ ପ୍ରତିବାଦ କରୁଥିବା ଛାତ୍ରଙ୍କ ଉପରେ ପୋଲିସର କଥିତ ବର୍ବରତା ପ୍ରସଙ୍ଗରେ ସଂସଦରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି। ସୂତ୍ର ଅନୁଯାୟୀ,…

୧ ମାସ ପୂର୍ବରୁ ହିଁ ହୋଇଯାଇଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଭବିଷ୍ୟବାଣୀ! ସାମ୍ନାକୁ ଆସିଥିବା ଭିଡିଓ ଉଡ଼ାଇଦେବ ହୋସ୍‌!

ନୂଆଦିଲ୍ଲୀ,୨୬।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନ ପରେ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଇସ୍ତଫା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଦାନ କରିଥିଲେ, ଯାହା…

ଇରାନର ଭୟ ନା ଅନ୍ୟ କିଛି? ତୁର୍କୀ ଅଭିମୁଖେ ଯାତ୍ରା କରିବା ସମୟରେ ଟ୍ରମ୍ପଙ୍କ ବିମାନ ଗତିପଥ ବଦଳାଇ ଦେଇଥିଲା

ଓ୍ବାଶିଂଟନ,୨୬।୭: ତୁର୍କୀ ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କଥା ସାମ୍ନାକୁ ଆସିଛି। ଆମେରିକୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇରାନ-ସମର୍ଥିତ…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri