ଚିନ୍ତା ବଢ଼ାଇଲା ବିନା ଲକ୍ଷଣରେ ସଂକ୍ରମଣ

ଢେଙ୍କାନାଳ ଅଫିସ, ୧୧।୪
ଢେଙ୍କାନାଳ ସହରର ଜଣେ ମହିଳା କରୋନା ଆକ୍ରାନ୍ତ ହେବା ପରେ ଜିଲା ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ସହରରେ ସଂକ୍ରମଣ ପ୍ରତିରୋଧ କରିବାକୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଶୁକ୍ରବାର ସନ୍ଧ୍ୟାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜାରି ଏକ ଭିଡିଓ କ୍ଲିପ୍‌ ମାଧ୍ୟମରେ ସୂଚନା ଦେଇ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କହିଛନ୍ତି, ଏଣିକି ଲକ୍‌ଡାଉନ କଟକଣାକୁ ଅଧିକ କଡ଼ାକଡ଼ି କରାଯିବ। ପଜିଟିଭ୍‌ ବାହାରିଥିବା ମହିଳାଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିଲା। ତଥାପି ତାଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ଦେଖାଯାଇ ନ ଥିଲା। ଏଥିରୁ ଜଣାପଡୁଛି, ଏହି ରୋଗ ଯେ କୌଣସି ମୁହୂର୍ତ୍ତରେ ଜଣଙ୍କୁ ସଂକ୍ରମିତ କରିପାରେ।
ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ପ୍ରତିଷେଧକ ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇ ଜିଲାପାଳ କହିଛନ୍ତି, ଆକ୍ରାନ୍ତ ମହିଳାଙ୍କ ବାସସ୍ଥାନ ସମେତ ସମସ୍ତ ଅଞ୍ଚଳକୁ ସାନିଟାଇଜ୍‌ କରାଯାଇଛି। ସେ କେଉଁମାନଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେ ନେଇ ଯାଞ୍ଚ ଚାଲିଛି। ବର୍ତ୍ତମାନ ସୁଦ୍ଧା ମହିଳା ଜଣକ ୨୦ଜଣଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ତନ୍ମଧ୍ୟରୁ ୧୪ଜଣଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ସେମାନଙ୍କ ସ୍ବାବ୍‌ ପରୀକ୍ଷା କରାଯାଇଛି। ଅନ୍ୟ ୬ଜଣଙ୍କୁ ଶୁକ୍ରବାର କ୍ୱାରାଣ୍ଟାଇନ୍‌କୁ ନିଆଯାଇଛି। ସେମାନଙ୍କର ସ୍ବାବ ପରୀକ୍ଷା କରାଯିବ। ମିନାବଜାର ଅଞ୍ଚଳରେ ଲକ୍‌ଡାଉନ୍‌କୁ ଅଧିକ କଡ଼ାକଡ଼ି କରାଯିବ। ବିଭିନ୍ନ ୱାର୍ଡରେ ଥିବା ଅଙ୍ଗନୱାଡି ସେଣ୍ଟର ଅନୁଯାୟୀ ସମସ୍ତଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି। ଅଙ୍ଗନୱାଡି, ଆଶା କର୍ମୀମାନେ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ କରୁଛନ୍ତି। କାହାରି ନିକଟରେ ରୋଗର ଲକ୍ଷଣ ଥିଲେ ମେଡିକାଲ ଟିମ୍‌କୁ ପଠାଯିବ। ଆକ୍ରାନ୍ତ ଏବଂ ତାଙ୍କ ଆଖପାଖରେ ରହୁଥିବା ଅଞ୍ଚଳକୁ ଅତ୍ୟାବଶ୍ୟକ ସାମଗ୍ରୀ ହୋମ୍‌ ଡେଲିଭରି କରାଯିବ। ଲୋକଙ୍କୁ ସଚେତନ କରିବାକୁ ସହରରେ ମାଇକ୍‌ ସହାୟତାରେ ପ୍ରଚାର କରାଯାଇଛି। ମସ୍‌ଜିଦର ମୌଲାନା ଅଞ୍ଚଳର ସମସ୍ତଙ୍କୁ ହୋମ୍‌ କ୍ୱାରାଣ୍ଟାଇନରେ ରହିବା ଏବଂ ନାମ ପଞ୍ଜୀକରଣ କରିବା ପାଇଁ ଅନୁରୋଧ କରିଛନ୍ତି। ସାମାଜିକ ଦୂରତ୍ୱ ରଖିବା ସହ ନିୟମକୁ କଡ଼ାକଡ଼ି ଭାବେ ପାଳନ କଲେ ରୋଗର ମୁକାବିଲା କରିହେବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’

ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି…

ପେମେଣ୍ଟ ଲିଙ୍କ୍‌ ସହ ସ୍ଥାନୀୟ ମୁଦ୍ରାରେ କାରବାର କର

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକ ମଧ୍ୟରେ ସ୍ଥାନୀୟ ମୁଦ୍ରାରେ ବ୍ୟାପାର ଏବଂ ସେମାନଙ୍କର ତତ୍କାଳୀନ ପେମେଣ୍ଟ ସିଷ୍ଟମର ସଂଯୋଗୀକରଣ ପାଇଁ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?