ଚିନ୍ତା ବଢ଼ାଇଲା ମାଲେସିଆ ଜାହାଜ କଣ୍ଟେନରରେ ୫ଫୁଟର ଫାଟ, ପଶିଲା ପାଣି

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୧୯।୮(ଡି.ଏନ୍‌.ଏ.) : ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ମୁହଁାଣର ରାଜହଂସ ଓ ଖିରିସାହି ଗଁା ନିକଟ ବଙ୍ଗୋପସାଗର ଉପକୂଳରେ ଲାଗିଥିବା ମାଲେସିଆ ଜାହାଜ ଦିନକୁ ଦିନ ଚିନ୍ତା ବଢ଼ାଇବାରେ ଲାଗିଛି। ୧୨ ଦିନ ଧରି ଜାହାଜଟି ସେଠାରେ ରହିଛି। ବର୍ତ୍ତମାନ ସମୁଦ୍ର ଅଶାନ୍ତ ଓ ଉଚ୍ଚ ଲହଡି ମାଡ଼ ଯୋଗୁ ଜାହାଜଟି ଢଳିବାରେ ଲାଗିଛି। କଣ୍ଟେନରରେ ୫ ଫୁଟର ଫାଟ ସୃଷ୍ଟି ହୋଇଥିବା ଯୋଗୁ ଏହି ଫାଟ ଦେଇ ସମୁଦ୍ରର ଜୁଆର ପାଣି ପଶୁଛି। ଏହି ଜାହାଜ ଭିତରେ ୩୦ ହଜାର ଲିଟର ପେଟ୍ରୋଲ, ୧ ହଜାର ଲିଟର ଲ୍ୟୁବ୍‌ଅଏଲ ଓ ୨ଶହ ଲିଟର ହାଇଡ୍ରୋଲିକ୍‌ ଅଏଲ ରହିଛି। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଜାହାଜଟି ଯଦି ଆଉ ଅଧିକ ଢଳେ ତେବେ ଏହି ଅଏଲ ଲିକ୍‌ ହେବ ଯାହାଫଳରେ ଚିଲିକାର ଜୈବ ବିବିଧତା ଉପରେ ପ୍ରଭାବ ପଡ଼ିବ। ତୁରନ୍ତ ଏହି ଜାହାଜଟିକୁ ଉପକୂଳରୁ ହଟାଇବା ପାଇଁ ସ୍ଥାନୀୟ ମତ୍ସ୍ୟଜୀବୀ ଦାବି କରିଛନ୍ତି। ପୂର୍ବରୁ ଜାହାଜରୁ ତେଲ ଲିକ୍‌ ହେବା ଆଶଙ୍କା କରି ଭାରତୀୟ ତଟରକ୍ଷୀ ବାହିନୀ ମାଲେସିଆର ‘ଟଗ୍‌ ଜିନ୍‌ ହ୍‌ଓ୍ବା’ କମ୍ପାନୀକୁ ଚିଠି ଲେଖି ଅବଗତ କରିଥିଲା। ଜାହାଜରୁ ଯେପରି ତେଲ ଲିକ୍‌ ନ ହୁଏ ସେଥିପ୍ରତି ଦୃଷ୍ଟି ଦେବାକୁ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ଚିଠିରେ ଅବଗତ କରାଯାଇଥିଲା।
ତେବେ ଏହି ଜାହାଜଟିକୁ ଦେଖିବାକୁ ଦିନକୁ ଦିନ ସ୍ଥାନୀୟ ଲୋକଙ୍କ ଭିଡ଼ ବଢୁଛି। ଫଳରେ ଡଙ୍ଗା ଚାଳକଙ୍କଠାରୁ ଆରମ୍ଭ କରି କିଛି ଉଠା ବ୍ୟବସାୟୀଙ୍କ ବେପାର ଜମୁଛି। ଡଙ୍ଗା ଚାଳକମାନେ ଜାହାଜ ଦେଖିବାକୁ ଯାଉଥିବା ଲୋକମାନଙ୍କୁ ଡଙ୍ଗାରେ ପାରି କରିଦେବା ପାଇଁ ଶହେ ଟଙ୍କା ଲେଖାଏଁ ଭଡ଼ା ନେଉଥିବା ବେଳେ କେତେକ ଉଠାଦୋକାନୀ ସେଠାରେ ନିଜର ପସରା ମେଲି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri