ଚିନ୍ତା ବଢ଼ାଇଲେ ଆକ୍ରାନ୍ତ

ଢେଙ୍କାନାଳ ଅଫିସ, ୩୦।୬

କରୋନା ଆକ୍ରାନ୍ତ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ପାଇଁ ଢେଙ୍କାନାଳ ଜିଲା ପ୍ରଶାସନର ଚିନ୍ତା ବଢ଼ିଛି। ସମ୍ପୃକ୍ତ କର୍ମଚାରୀଜଣକ ସ୍ବାବ୍‌ ରିପୋର୍ଟ ଆସିବା ପୂର୍ବରୁ ଜିଲା ମୁଖ୍ୟ ଚିକିତ୍ସାଳୟ ସମେତ ସହରରେ ଥିବା ବିଭିନ୍ନ କ୍ଲିନିକ୍‌ ବୁଲିଥିଲେ। ରବିବାର ରିପୋର୍ଟ ପଜିଟିଭ୍‌ ଆସିବା ପରେ ତାଙ୍କୁ ଚିକିତ୍ସା ପାଇଁ କଟକ ପଠାଇ ଦିଆଯାଇଛି। ସେହିପରି ସୋମବାର କଣ୍ଟାକ୍ଟ ଟ୍ରେସିଂ ପରେ କୁଞ୍ଜକାନ୍ତସ୍ଥିତ ଏକ ଘରୋଇ ପାଥୋଲାବ୍‌, ମହାବୀର ବଜାର ଓ ଜବାହାର ଚୌକସ୍ଥିତ ଦୁଇଟି ଔଷଧ ଦୋକାନ, ଗୁଡିଆନାଳୀ ନୂଆପୋଖରୀସ୍ଥିତ ଏକ ଘରୋଇ କ୍ଲିନିକ ସମେତ ଜିଲା ଚିକିତ୍ସାଳୟର ୩୬ନଂ. ପ୍ରକୋଷ୍ଠକୁ ସିଲ୍‌ କରାଯାଇଛି। ରୋଗୀ ବୁଲିଥିବା ସମସ୍ତ ସ୍ବାସ୍ଥ୍ୟସେବା ଅନୁଷ୍ଠାନକୁ ସାନିଟାଇଜ୍‌ କରାଯାଇଛି। ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତର, ଘରୋଇ କ୍ଲିନିକର ଜଣେ ଡାକ୍ତରଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ତାଙ୍କ ପରିବାରର ୫ ସଦସ୍ୟଙ୍କ ସମେତ ଅନ୍ୟ ୨୩ଜଣଙ୍କୁ ପୌରସଂସ୍ଥା କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ପଠାଇ ଦିଆଯାଇଛି। ଏ ସଂକ୍ରାନ୍ତରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କୁହନ୍ତି, ବ୍ୟାଙ୍କ କର୍ମଚାରୀ ଜଣକ ବଡ଼ମ୍ବାରୁ ଆସି ଢେଙ୍କାନାଳ ଭାଗିରଥୀ ବିହାରସ୍ଥିତ ତାଙ୍କ ଭଉଣୀ ଘରେ ରହୁଥିଲେ। ଅସୁସ୍ଥ ଥିବାରୁ ସେ ବିଭିନ୍ନ ସ୍ଥାନକୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଯାଇଥିଲେ। ରିପୋର୍ଟ ପଜିଟିଭ୍‌ ଆସିବା ପରେ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।
ଅନ୍ୟପଟେ ସହରରେ ହେଉଥିବା ଭିଡ଼ ନିୟନ୍ତ୍ରଣ, ପାଟ୍ରୋଲିଂ କଡ଼ାକଡ଼ି କରିବା, ସାମାଜିକ ଦୂରତ୍ୱ ସହ କୋଭିଡ୍‌ ନିୟମ କଡ଼ାକଡ଼ି ପାଳନ କରିବାକୁ ଜିଲା ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଏ ନେଇ ସଂଘର ଅନ୍ତରୀଣ କମିଟି ଅଧ୍ୟକ୍ଷ ଓମ୍‌ ପ୍ରକାଶ ଶରଣଙ୍କ ନେତୃତ୍ୱରେ ଏକ ଦଳ ଜିଲାପାଳଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି।
୩ ପ୍ରବାସୀ ପଜିଟିଭ୍‌
ଢେଙ୍କାନାଳ ଜିଲାରୁ ସୋମବାର ଆଉ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରେ କଙ୍କଡ଼ାହାଡ଼ ବ୍ଲକର କୋଇରାପାଳ ସଙ୍ଗରୋଧ କେନ୍ଦ୍ରରୁ ୨ ଏବଂ ଓଡ଼ାପଡ଼ା ବ୍ଲକ ଅଙ୍କରାନ୍ତିପୁର ସଙ୍ଗରୋଧ କେନ୍ଦ୍ରରୁ ଜଣେ ଅଛନ୍ତି। ସେମାନଙ୍କ ମଧ୍ୟରୁ ୨ଜଣ ଦିଲ୍ଲୀରୁ ଓ ଜଣେ ମହାରାଷ୍ଟ୍ରରୁ ଆସି ସଙ୍ଗରୋଧରେ ଥିଲେ। ଗତ ୨୬ ତାରିଖରେ ସେମାନଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିବାବେଳେ ୨୮ ତାରିଖରେ ରିପୋର୍ଟ ପଜିଟିଭ୍‌ ଆସିଛି। ଉକ୍ତ ଦୁଇ ସଙ୍ଗରୋଧ କେନ୍ଦ୍ରକୁ ବିଶୋଧନ କରାଯାଇଛି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫ରେ ପହଞ୍ଚତ୍ଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri