ଚିନ୍ତା ବଢ଼ାଉଛି ଯାଜପୁର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫କୁ ବୃଦ୍ଧି

ଭୁବନେଶ୍ୱର,୨।୫(ବ୍ୟୁରୋ): କରୋନା ଯୋଗୁ ସାରା ଦେଶ ଓ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଶୁକ୍ରବାର କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଅବଧିକୁ ଆହୁରି ୨ ସପ୍ତାହ ଯାଏଁ ବୃଦ୍ଧି କରିଛନ୍ତି। ହେଲେ ଲକ୍‌ଡାଉନ ଜାରି ରହିଥିଲେ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିବାରେ ନା ନେଉନି। ଇତିମଧ୍ୟରେ ଶନିବାର ସକାଳେ ରାଜ୍ୟରେ ଆଉ ୫ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ବ୍ୟକ୍ତି ସମସ୍ତେ ଯାଜପୁର ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଯାଜପୁରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି। ଚିହ୍ନଟ ରୋଗୀଙ୍କ ମଧ୍ୟରେ ୩ଜଣ ପୁରୁଷ ଥିବା ବେଳେ ୨ମହିଳା ରହିଛନ୍ତି। ପୁରୁଷଙ୍କ ମଧ୍ୟରେ ଜଣେ ୨୮ବର୍ଷୀୟ ଯୁବକ ଥିବା ବେଳେ ଆଉ ୨ଜଣଙ୍କ ବୟସ ଯଥାକ୍ରମେ ୫୬ ଓ ୬୦ ରହିଛି। ସେହିଭଳି ମହିଳାଙ୍କ ମଧ୍ୟରେ ଜଣେ ୨୪ବର୍ଷୀୟ ଯୁବତୀ ରହିଥିବା ବେଳେ ଅନ୍ୟଜଣକ ୬୦ବର୍ଷ ବୃଦ୍ଧା ରହିଥିବା ଜଣାପଡ଼ିଛି। ସମସ୍ତେ କୋଲକାତା ଫେରନ୍ତା ହୋଇଥିବା ବେଳେ ଏମାନେ କ୍ୱାରାଣ୍ଟାଇନ୍‌ରେ ଥିବା ନେଇ ରାଜ୍ୟର ସୂଚନା ଓ ଲୋକସର୍ମ୍ପକ ବିଭାଗ ସୂଚନା ଦେଇଛି। ତେବେ ଯାଜପୁର ଜିଲାରେ ରାଜ୍ୟର ଦ୍ୱିତୀୟ ସର୍ବଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏହାକୁ ନିୟନ୍ତ୍ରଣ କରିବା ସରକାରଙ୍କ ପାଇଁ ଏବେ ଏକପ୍ରକାର ଚ୍ୟାଲେଞ୍ଜ ପାଲଟିଛି। ତେବେ ନୂଆ ଚିହ୍ନଟଙ୍କୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri