ଚିନ୍ତା ବଢାଇବ ଏନ୍‌ପିଏ ସମସ୍ୟା

ମୁମ୍ବାଇ,୮।୬: କରୋନା ପାଇଁ ଦେଶର ଅର୍ଥବ୍ୟବସ୍ଥା ଚାପରେ ରହିଛି। ଚଳିତ ଆର୍ଥତ୍କ ବର୍ଷରେ ବ୍ୟାଙ୍କଗୁଡିକର ମୋଟ ଅନାଦାୟ ଋଣ (ଏନ୍‌ପିଏ) ସମସ୍ୟା ଚିନ୍ତାକୁ ବଢାଇବ ବୋଲି ଆକଳନରେ କୁହାଯାଇଛି। ଏହି ସମୟରେ ଏନ୍‌ପିଏ ୧୧.୩ରୁ ୧୧.୬%କୁ ବଢିବା ନେଇ ଆଶଙ୍କା କରାଯାଇଛି। ୨୦୨୦ ମାର୍ଚ୍ଚ ସୁଦ୍ଧା ଏହା ୮.୬% ରହିଥିଲା। ରେଟିଂ ଏଜେନ୍ସି ଇକ୍ରା ପକ୍ଷରୁ ଜାରି ଏକ ରିପୋର୍ଟରେ କୁହାଯାଇଛି ଯେ, ୨୦୨୦-୨୧ରେ ପ୍ରଦାନ କରାଯାଉଥିବା ଅଗ୍ରୀମର ୫ରୁ ୫.୫% ଚାପଗ୍ରସ୍ତ ହେବ ବୋଲି କୁହାଯାଇଛି। ଫଳରେ ଏହା ବ୍ୟାଙ୍କଗୁଡିକର ଋଣ ଯୋଗାଣ ଏବଂ ଆୟ କ୍ଷେତ୍ରରେ ପ୍ରଭାବ ପକାଇବାର ଆଶଙ୍କା ରହିଛି। ଋଣ ଯୋଗାଣ ଅଭିବୃଦ୍ଧି ଆଖିଦୃଶିଆ ହେଉ ନ ଥିବାରୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ୪୫,୦୦୦ ରୁ ୮୨,୫୦୦ କୋଟି ଟଙ୍କାର ପୁଞ୍ଜି ଆବଶ୍ୟକ କରିପାରନ୍ତି ବୋଲି ଏହି ରିପୋର୍ଟରେ କୁହାଯାଇଛି। ବର୍ତ୍ତମାନ ରିଜର୍ଭ ବ୍ୟାଙ୍କ ଅଗଷ୍ଟ ମାସ ଯାଏ ମୋରାଟୋରିୟମ ସୁବିଧା ଦେଇଛି। ଆସେଟ କ୍ୟାଲିଟିରେ ଚାପ ଚଳିତ ଆର୍ଥତ୍କ ବର୍ଷର ତୃତୀୟ ଏବଂ ଚତୁର୍ଥ ତ୍ରୈମାସରେ ଦେଖାଯିବ ବୋଲି ଇକ୍ରାର ଫାଇନାନ୍ସିଆଲ ସେକ୍ଟର ରେଟିଂ ମୁଖ୍ୟ ଅନୀଲ ଗୁପ୍ତା କହିଛନ୍ତି। ଏହି ସମୟରେ ଘରୋଇ ବ୍ୟାଙ୍କଗୁଡିକର ଆୟରେ ମଧ୍ୟ ପରିବର୍ତ୍ତନ ଦେଖାଯିବ। ବ୍ୟାଙ୍କଗୁଡିକର ଋଣ ଅଭିବୃଦ୍ଧି ୬ରୁ୭% ରହିପାରେ। ରାଷ୍ଟ୍ରାୟତ୍ତ ବ୍ୟାଙ୍କ କ୍ଷେତ୍ରରେ ଏହା ୩.୫ରୁ ୪.୩% ଏବଂ ଘରୋଇ ବ୍ୟାଙ୍କ କ୍ଷେତ୍ରରେ ୭ରୁ ୯% ରହିବା ନେଇ ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି।...

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌...

ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍‌ ବ୍ରାଣ୍ଡ୍‌ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ...

ଶପର୍ସ ଷ୍ଟପ୍‌ ସହ ଆକ୍ସିସ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୨୨ା୪: ଆକ୍ସିସ୍‌ ବ୍ୟାଙ୍କ ଏବଂ ଶପର୍ସ ଷ୍ଟପ୍‌ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri