ଚିଲଡ୍ରେନ ସ୍କୁଲ ବ୍ୟାଗ ପଲିସିକୁ ଅଣଦେଖା

ଚମ୍ପୁଆ, ୯।୯(ଡି.ଏନ.ଏ.)-ଚମ୍ପୁଆ ଓ ଯୋଡା ବ୍ଲକରେ ଚିଲଡ୍ରେନ ସ୍କୁଲ ବ୍ୟାଗ ପଲିସିକୁ ଅଣଦେଖା କରାଯାଉଥିବା ଦେଖିବାକୁ ମିଳୁଛି। ସରକାରୀ ବିଦ୍ୟାଳୟଠାରୁ ଆରମ୍ଭ କରି ବେସରକାରୀ ବିଦ୍ୟାଳୟସଗୁଡ଼ିକ ଖୋଲା ଖୋଲି ଭାବେ ଏହି ନିୟମର ଉଲ୍ଲଂଘନ କରୁଥବା ବେଳେ ଏହାର ପ୍ରଭାବ ଛାତ୍ରୀଛାତ୍ରଙ୍କ ଉପରେ ପଡୁଛି। ନିୟମ ଲାଗୁହେବାର ଦୁଇମାସ ବିତିବାକୁ ବସିଥିବା ବେଳେ ସ୍କୁଲ କର୍ତ୍ତୃପକ୍ଷଙ୍କ ଉପରେ କୌଣସି ପ୍ରଭାବ ପକାଇ ନ ଥିବା ଏବଂ ଶିକ୍ଷାବିଭାଗ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହଁି। ସରକାରଙ୍କ ନିର୍ଦ୍ଦେଶନାମା ପରେ ଅଭିଭାବକ ମହଲରେ ଏହାକୁ ନେଇ ଖୁସିବ୍ୟକ୍ତ କରାଯାଇଥିଲେ ମଧ୍ୟ ବିଦ୍ୟାଳୟ କର୍ତ୍ତୃପକ୍ଷ ଏହାକୁ ପାଳନ କରୁ ନ ଥିବାରୁ ଅସନ୍ତୋଷ ବଢ଼ିବାରେ ଲାଗିଛି। ସୂଚନା ଅନୁସାରେ ଗତ ୮।୩।୨୦୧୯ରିଖରେ ସରକାରଙ୍କ ପକ୍ଷରୁ ବିଦ୍ୟାଳୟଗୁଡିକରେ ଛାତ୍ରୀଛାତ୍ରଙ୍କ ନିମିତ୍ତ ବ୍ୟବହାର କରାଯାଉଥିବା ସ୍କୁଲ ବ୍ୟାଗ ଗୁଡିକର ଓଜନ ଉପରେ ନିର୍ଦ୍ଦେଶ ଜାରି କରାଯାଇଥିଲା। କେଉଁ ଶ୍ରେଣୀ ପାଇଁ କେତେ ଓଜନ ରହିବ ସେବିଷୟରେ ସୂଚନା ଦିଆଯାଇ ତୁରନ୍ତ ଏହାକୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏଥିରେ କୌଣସି ଖିଲାପ କରାଗଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ରହିଛି। ମାତ୍ର ନିୟମ ନିୟମ ବାଟରେ ରହିଥିବା ବେଳେ ଚମ୍ପୁଆ ଓ ଯୋଡା ବ୍ଲକରେ ବିଦ୍ୟାଳୟଗୁଡିକ ଏହାକୁ ଖାତିର କରୁ ନ ଥିବା ଦେଖାଯାଇଛି। ପ୍ରତ୍ୟହ ଉଭୟ ବ୍ଲକରେ ଛାତ୍ରୀଛାତ୍ର ୫କେଜିରୁୁ ଅଧିକ ଓଜନର ବ୍ୟାଗ ଧରି ବିଦ୍ୟାଳୟଗୁଡିକୁ ଯାଉଛନ୍ତି। ଏ ସମ୍ପର୍କରେ ଯୋଡା ବ୍ଲକ ଦାୟିତ୍ୱରେ ଥିବା ଚମ୍ପୁଆ ବ୍ଲକ ଶିକ୍ଷା ଅଧିକାରୀ ଗୋବର୍ଦ୍ଧନ ନାଏକଙ୍କୁ ପଚାରିବାରୁ ବିଦ୍ୟାଳୟଗୁଡ଼ିକୁ ଛାତ୍ରୀଛାତ୍ର ବ୍ୟବହାର କରୁଥିବା ସ୍କୁଲ ବ୍ୟାଗର ଓଜନ ମଗାଯାଇଛି। ଯଦି ନିୟମରୁ ଅଧିକ ଓଜନ ବ୍ୟବହାର କରୁଥିବେ ତେବେ ସେଥିରୁ ନିବୃତ୍ତ ରହିବାକୁ କୁହାଯିବ। ନ ମାନିଲେ ବିଦ୍ୟାଳୟ ବିରୋଧରେ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri