ଚିଲିକାରେ ମୁହାଣ ଖୋଲିବା ଆଶଙ୍କା, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ବ୍ରହ୍ମଗିରି, ୧୬ା୪(ଡି.ଏନ.ଏ): ଚିଲିକା ପାଇଁ ବିପଦ ସାଜିଛି ମାଲେସିଆର କଣ୍ଟେନର। ଏହା ଯୋଗୁ ଚିଲିକାରେ ଆଉ ଏକ ନୂଆ ମୁହାଣ ଖୋଲିବାର ଆଶଙ୍କା କରାଯାଉଛି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ଆତଙ୍କିତ ଥିବା ସମୟରେ ସ୍ଥାନୀୟ ବିଧାୟକ ଲଳିିତେନ୍ଦୁ ବିଦ୍ୟାଧର ମହାପାତ୍ର ବୁଧବାର ସ୍ଥିତି ଅନୁଧ୍ୟାନ କରି ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି। ଗତ ଅଗଷ୍ଟ ମାସରେ ମାଲେସିଆର ଏକ ପଣ୍ୟବାହୀ ଜାହାଜ ଚିଲିକା କୂଳର ରାଜହଂସ ନିକଟରେ ଲାଗିଥିଲା। ଯାହା ସ୍ଥାନୀୟ ପ୍ରଶାସନର ମୁଣ୍ଡ ବିନ୍ଧାର କାରଣ ସାଜିଥିଲା। ପ୍ରଶାସନ ହସ୍ତକ୍ଷେପ ପରେ ଏକ ମାସ ପରେ ଉକ୍ତ ଜାହାଜଟି ଗନ୍ତବ୍ୟସ୍ଥଳକୁ ଚାଲିଯାଇଥିଲା। କିନ୍ତୁ ସେହି ଦିନ ଠାରୁ ଉକ୍ତ ଜାହାଜର କଣ୍ଟେନରଟି ପଡ଼ିିରହିଛି। ସ୍ଥାନୀୟ ମତ୍ସ୍ୟଜୀବୀଙ୍କ କହିବା ଅନୁଯାଇ କଣ୍ଟେନରଟି ସମୁଦ୍ର ବେଳାଭୂମିରେ ପଡ଼ିରହି ସମୁଦ୍ର ଜଳର ଗତିପଥକୁ ପ୍ରତିରୋଧ କରୁଛି। ଯାହା ଫଳରେ ସମୁଦ୍ର ତରଙ୍ଗ ତା’ର ଗତିପଥ ବଦଳାଇ ଚିଲିକା ଓ ସମୁଦ୍ର ମଧ୍ୟରେ ଥିତ୍ବା ବାଲିବନ୍ଧ ( ସୁରକ୍ଷା ପ୍ରାଚୀର)କୁ ଖାଇବାରେ ଲାଗିଛି। ଫଳରେ ଚିଲିକାରେ ଆଉ ଏକ ନୂଆ ମୁହାଣ ଖୋଲିବାର ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri