ଚିଲିକା ବୋଇତ ବନ୍ଦାଣ ମହୋତ୍ସବ ଉଦ୍‌ଘାଟିତ

ବାଲୁଗଁ। ,୧୨ା୧୧(ଡି.ଏନ.ଏ.): ଚିଲିକାର ଏ୍ୟତିହ୍ୟ ନୌବାଣିଜ୍ୟ ପରମ୍ପରା ଓ ସଂସ୍କୃତିକୁ ଉଜ୍ଜୀବିତ ଉଦ୍ଦେଶ୍ୟରେ ବାଲୁଗାଁର ଚିଲିକା ତଟଦେଶରେ ସୋମବାର ସନ୍ଧ୍ୟାରେ ଚିଲିକା ବୋଇତ ବନ୍ଦାଣ ମହୋତ୍ସବ -୨୦୧୯ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଏହାକୁ ଉଦ୍‌ଘାଟନ କରିଥିଲେ ା ମହୋତ୍ସବ ପାଇଁ ସମଗ୍ର ବାଲୁଗଁା ସହର ଉତ୍ସବମୁଖର ହୋଇଉଠିଛି ।
ପୂର୍ବାହ୍ନରେ ମଞ୍ଚପୂଜା ପରେ ମା’କାଳିଜାଈଙ୍କ ଜ୍ୟୋତି ଶୋଭାଯାତ୍ରା ବାଲୁଗଁା ନଗର ପରିକ୍ରମା କରିଥିଲା। ଦିନତମାମ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରେ ସନ୍ଧ୍ୟାରେ ଚିଲିକା ବିଧାୟକ ତଥା ଖୋର୍ଦ୍ଧା ଜିଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କ ସଭାପତିତ୍ୱରେ ଉଦ୍‌ଘାଟନୀ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ସାମାଜିକ ସୁରକ୍ଷା ଓ ଦିବ୍ୟାଙ୍ଗ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟଅତିଥି ଏବଂ ପୂର୍ବତନ ମନ୍ତ୍ରୀ ଡା. ଦେବେନ୍ଦ୍ର ନାଥ ମାନସିଂହ, ଚିଲିକାର ପୂର୍ବତନ ବିଧାୟକ ତଥା ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ରଘୁନାଥ ସାହୁ, ଖୋର୍ଦ୍ଧା ଏସ୍‌ପି ଅଜୟ ପ୍ରତାପ ସ୍ବାଇଁ, ମା’କାଳିଜାଈ ମତ୍ସ୍ୟ ବ୍ୟବସାୟୀ ସଂଘ ସଭାପତି ଜୟନ୍ତ କୁମାର ସ୍ବାଇଁ, ବାଣପୁର ବ୍ଲକ ଅଧ୍ୟକ୍ଷା ରଞ୍ଜିତା ସେଠୀ, ଚିଲିକା ବ୍ଲକ ଉପାଧ୍ୟକ୍ଷ ଉତ୍ପଳ ପାଇକରାୟ, ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ଅର୍ଚ୍ଚିତା ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଚିଲିକାର ପୁରାତନ ନୌବାଣିଜ୍ୟ ପରମ୍ପରା ଉପରେ ସ୍ମୃତି ଚାରଣ କରିଥିଲେ। ମହୋତ୍ସବ କମିଟି ସମ୍ପାଦକ ଡ. କୈଳାସ ଚନ୍ଦ୍ର ମହାରଣା ସ୍ବାଗତ ଭାଷଣ ଓ ଅତିଥି ପରିଚୟ ଦେଇଥିଲେ। ପ୍ରାରମ୍ଭରେ ଅତିଥିମାନେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉତ୍ସବ ଉଦ୍‌ଘାଟନ କରିବା ପରେ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଦ୍ୱାରା ସଂଗୀତ ଗାନ କରାଯାଇଥିଲା। ମଙ୍ଗଳବାର ପ୍ରାତଃ ୫ଘଟିକା ସମୟରେ ଆତସବାଜି ପ୍ରଦର୍ଶନ ସହ ପାରମ୍ପରିକ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହେବ। ୩ଦିନ ବ୍ୟାପୀ ମହୋତ୍ସବ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ: କହିଲେ ରାଜ୍ୟ ପାଇଁ ଜଗନ୍ନାଥଙ୍କ ନିକଟରେ…

ଭୁବନେଶ୍ୱର,୧ା୧: କାର୍ଯ୍ୟ ଆରମ୍ଭ କରିଛନ୍ତି ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଲୋକସେବା ଭବନରେ ପ୍ରଥମ ପ୍ରତିକ୍ରିୟାରେ ସେ ସମଗ୍ର ଓଡ଼ିଶାବାସୀଙ୍କୁ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri