ଚିଲିକା ଭ୍ରମଣରେ ଲକ୍ଷାଧିକ ପର୍ଯ୍ୟଟକଙ୍କ ଭିଡ଼; ଡଙ୍ଗା ନ ପାଇ ନିରାଶରେ ଫେରିଲେ

ବାଲୁଗାଁ, ୩୦ା୧୨(ଡି.ଏନ.ଏ.):  ନୂତନବର୍ଷର ଆଗମନ ସଙ୍ଗେ ସଙ୍ଗେ ବିଦାୟବର୍ଷର ଶେଷ ରବିବାର ଚିଲିକା ପରିଭ୍ରମଣରେ ଲକ୍ଷାଧିକ ପର୍ଯ୍ୟଟକଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ଚିଲିକା ମଧ୍ୟରେ ଥିବା ମା’ କାଳିଜାଈଙ୍କ ପୀଠ, ପକ୍ଷୀ ଅଭୟାରଣ୍ୟ ନଳବଣ ସମେତ ମା’ ନାରାୟଣୀ ପୀଠ, ବାଣପୁରସ୍ଥିତ ମା’ ଭଗବତୀ ପୀଠ, ଶାଳିଆ ଡ୍ୟାମ, ବରବରା ଜଙ୍ଗଲ ମଧ୍ୟରେ ଥିବା ମା’ ବିରିଜାଈ ପୀଠ, ତାରିଣୀ ପୀଠ ଏବଂ ଢୁ-ଢୁଆ ଜଳପ୍ରପାତ ଆଦି ପର୍ଯ୍ୟଟନସ୍ଥଳଗୁଡିକରେ ରବିବାର ଭୋରରୁ ଦିନତମାମ ପର୍ଯ୍ୟଟକଙ୍କ ଶୁଅ ଛୁଟିଥିବା ଦେଖିବାକୁ ମିଳିଥିଲା। ପ୍ରତ୍ୟେକ ସ୍ଥାନରେ ବଣଭୋଜିର ଆସର ଜମିବା ସହ ପ୍ରବଳ ଭିଡ଼ ହେତୁ ଟ୍ରାଫିକ୍‌ ନିୟନ୍ତ୍ରଣ କରିବା ପ୍ରଶାସନ ପାଇଁ କଷ୍ଟକର ହୋଇପଡିଥିଲା। ଚଳିତବର୍ଷ ଚିଲିକା ଭ୍ରମଣରେ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆସିଥିବା ଆକଳନ କରାଯାଇଛି। ତେବେ ଦୂରଦୂରାନ୍ତରୁ ଆସିଥିବା ବହୁ ପର୍ଯ୍ୟଟକ ପର୍ଯ୍ୟାପ୍ତ ଡଙ୍ଗାର ଅଭାବ ହେତୁ ଚିଲିକା ଭ୍ରମଣ କରି ନ ପାରି ନିରାଶ ହୋଇ ଫେରୁଥିବା ଦେଖିବାକୁ ମିଳିଥିଲା। ବାଲୁଗାଁ ଚିଲିକା କୂଳରେ ଥିବା କାଳିଜାଈ ମୋଟର ବୋଟ ଆସୋସିଏଶନ୍‌, ଅନ୍ତଃର୍ଦ୍ଦେଶୀୟ ଜଳପଥ ପରିବହନ ବିଭାଗ ଏବଂ ବଡକୁଳସ୍ଥିତ ମା’ କାଳିଜାଈ ମୋଟର ଡଙ୍ଗା ମାଲିକ ସଂଘ ଓ ଓଟିଡିସି ପକ୍ଷରୁ ୩୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ପରିବହନ ନିମନ୍ତେ ଡଙ୍ଗା ନିୟୋଜିତ କରାଯାଇଛି। ରବିବାର ମାତ୍ରାଧିକ ପର୍ଯ୍ୟଟକ ହେତୁ ଡଙ୍ଗାର ଅଭାବ ଦେଖାଯାଇଥିଲା। ତେବେ ଅପରାହ୍ନ ୪ ଘଟିକା ପର୍ଯ୍ୟନ୍ତ ଚିଲିକାରେ ଯାତ୍ରୀ ପରିବହନ ନିମନ୍ତେ ସରକାରୀ କଟକଣା ଲାଗୁ କରାଯାଇଥିବା ବେଳେ ନିର୍ଦ୍ଧାରିତ ସମୟ ପରଠାରୁ ଯାତ୍ରୀ ସେବାକୁ ବନ୍ଦ କରି ଦିଆଯାଇଥିଲା। ଫଳରେ ଦୀର୍ଘ ଘଣ୍ଟା ଘଣ୍ଟା ଧରି ଅପେକ୍ଷାରତ ପର୍ଯ୍ୟଟକମାନେ ଚିଲିକା ଭ୍ରମଣ କରି ନ ପାରି ନିରାଶ ମନରେ ଫେରିଥିଲେ। ଭିଡକୁ ନିୟନ୍ତ୍ରଣ କରିବା ପାଇଁ ସମସ୍ତ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?