ଚିଲିକା ମଝିରେ ଅଟକିଲା ଡଙ୍ଗା: ୩୦ ପରୀକ୍ଷାର୍ଥୀ ୧ ଘଣ୍ଟା ଜଳବନ୍ଦୀ

କୃଷ୍ଣପ୍ରସାଦ,୫ା୩(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଜହ୍ନିକୁଦାଠାରୁ ସାତପଡ଼ା ଯାଉଥିବା ଯାତ୍ରୀବାହୀ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ବୁଧବାର ଚିଲିକା ମଝିରେ ଅଟକି ଯାଇଥିଲା। ସେଥିରେ ଯାଉଥିବା ୩୦ ଜଣ ଯୁକ୍ତ ୨ ପରୀକ୍ଷାର୍ଥୀଙ୍କ ସମେତ ପ୍ରାୟ ୭୦ ଯାତ୍ରୀ ୧ ଘଣ୍ଟା ଧରି ଜଳବନ୍ଦୀ ହୋଇ ରହିଥିଲେ। ଉକ୍ତ ଡଙ୍ଗାରେ ୨୦ରୁ ଊଦ୍ଧର୍‌ବ ମୋଟରସାଇକେଲ ମଧ୍ୟ ରହିଥିଲା। ଡଙ୍ଗା ଚାଳକ ସାତପଡ଼ାକୁ ଟେଲିଫୋନ କରି ଅନ୍ୟ ଡଙ୍ଗାଚାଳକଙ୍କୁ ଖବର ଦେବା ପରେ ଆଉ ଏକ ଡଙ୍ଗା ଆସି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିଲା। ସୁରକ୍ଷିତ ଭାବେ ସାତପଡ଼ା କୂଳରେ ପହଞ୍ଚତ୍ଥିଲେ ସମସ୍ତ ଯାତ୍ରୀ। ପରୀକ୍ଷାରୁ ବଞ୍ଚତ୍ତ ହେବାରୁ ଅଳ୍ପକେ ରକ୍ଷା ପାଇଗଲେ ୩୦ ପରୀକ୍ଷାର୍ଥୀ।
ପ୍ରକାଶ ଯେ, ଉକ୍ତ ଡଙ୍ଗାଟି ବୁଧବାର ପୂର୍ବାହ୍ନ ୮ଟାରେ ଜହ୍ନିକୁଦାରୁ ଯାତ୍ରୀମାନଙ୍କୁ ନେଇ ସାତପଡ଼ା ଅଭିମୁଖେ ବାହାରିଥିଲା। ଉଭୟ ସ୍ଥାନର ବ୍ୟବଧାନ ଜଳରାସ୍ତାରେ ୫କିମି ହୋଇଥିବାବେଳେ ଡଙ୍ଗାଟି ପ୍ରାୟ ୨କିମି ଯିବା ପରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅଟକି ଯାଇଥିଲା। ଭୟଭୀତ ଅବସ୍ଥାରେ ଯାତ୍ରୀମାନେ ପ୍ରାୟ ୧ଘଣ୍ଟା କାଳ ଅଟକି ରହିବା ପରେ ଅନ୍ୟ ଡଙ୍ଗା ମାଧ୍ୟମରେ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri