Posted inଜାତୀୟ

ଚିଲି ବାୟୁସେନା ବିମାନ ନିଖୋଜ: ଦୁର୍ଘଟଣାରେ ୩୮ ଜଣଙ୍କ ମୃତ୍ୟୁ ଆଶଙ୍କା

ସାଣ୍ଟିଆଗୋ,୧୧ା୧୨: ୩୮ ଜଣ ଯାତ୍ରୀଙ୍କୁ ନେଇ ଆଣ୍ଟାର୍କଟିକା ଯାଉଥିବା ଚିଲିର ଏକ ସେନା ବିମାନ ନିଖୋଜ ହୋଇଯାଇଛି। ବିମାନ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଏଥିରେ ଥିବା ସମସ୍ତ ୧୭ ଅଧିକାରୀ ଓ ବିମାନ କର୍ମଚାରୀଙ୍କ ସହ ୨୧ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ଏହାକୁ ଠାବ କରିବା ପାଇଁ ତଲାସି ଅଭିଯାନକୁ ତ୍ୱରାନ୍ବିତ କରାଯାଇଛି।
ଚିଲି ବାୟୁସେନାର ହାକ୍ୟୁଲିସ୍‌ ସି-୧୩୦ ଏୟାରକ୍ରାଫ୍ଟ ସୋମବାର ଅପରାହ୍ନ ୪ଟା ୫୫ ମିନିଟରେ ପୁଣ୍ଟା ଏରେନାସ୍‌ସ୍ଥିତ ଚାବୁନ୍‌କୋ ବାୟୁସେନା ଘାଟିରୁ ଉଡ଼ାଣ କରିଥିଲା। ବିମାନଟି ୭୭୦ ମାଇଲ ଯାତ୍ରା କରି ଆଣ୍ଟାର୍କଟିକାର ସବୁଠୁ ବଡ଼ ଘାଟି ଏଡୁଆର୍ଡୋ ଫ୍ରେଇରେ ପହଞ୍ଚତ୍ବାକୁ ଲକ୍ଷ୍ୟ ରଖିଥିଲା। ହେଲେ ୪୫୦ ମାଇଲ ଅତିକ୍ରମ କରିବା ପରେ ବିମାନ ସହ ସନ୍ଧ୍ୟା ୬ଟା ୧୩ରେ କଣ୍ଟ୍ରୋଲ ରୁମ୍‌ର ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ରାଡାର ବାହାରକୁ ଚାଲିଯିବା ପରେ ଏହା ନିଖୋଜ ହୋଇଯାଇଥିବା କୁହାଯାଉଛି। ବିମାନ ଦୁର୍ଘଟଣାରେ ୩୮ ଜଣଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ତେବେ ବିମାନର ତଲାସି କାର୍ଯ୍ୟକୁ ଜୋର୍‌ଦାର କରାଯାଇଛି। ଚିଲି ବାୟୁସେନା ପକ୍ଷରୁ କୁହାଯାଇଛି ଯେ, ବିମାନରେ ବାୟୁସେନାର ୧୫ ଅଧିକାରୀ, ୩ ସେନା ଅଧିକାରୀ, ଦୁଇଜଣ ନିର୍ମାଣ କମ୍ପାନୀର ଯାତ୍ରୀ ଓ ଚିଲି ବିଶ୍ୱବିଦ୍ୟାଳୟର ଜଣେ ଅଧିକାରୀ ଥିଲେ। ଯାତ୍ରୀଙ୍କ ପରିବାର ଲୋକଙ୍କ ସହ ଯୋଗାଯୋଗ କରାଯାଉଛି। ବିମାନରେ ଏମର୍ଜେନ୍ସି ପୋଜିଶନିଂ ସିଷ୍ଟମ୍‌ ଥିଲେ ମଧ୍ୟ ମଙ୍ଗଳବାର ଭୋର ସମୟରେ ତଲାସି ବେଳେ ଏହା କାର୍ଯ୍ୟ କରୁ ନ ଥିଲା ବୋଲି ଫୋର୍ଥ ଏୟାର ବ୍ରିଗେଡିୟର୍‌ କମାଣ୍ଡର ଏଡୁଆର୍ଡୋ ମୋସ୍କ୍ବେଇରା କହିଛନ୍ତି। ଚିଲି ରାଷ୍ଟ୍ରପତି ସେବାସ୍ତିଆନ୍‌ ପିନେରା ଏଡୁଆର୍ଡୋ ଫ୍ରେଇ ମୋଣ୍ଟାଲ୍‌ଭା ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri