ଚୁଆପାଣି ପିଉଛନ୍ତି କାଣ୍ଡସିଲିବାସୀ

ଟିକିରି,୫ା୨(ଡି.ଏନ୍‌.ଏ.) – ରାୟଗଡ଼ା ଜିଲା କାଶୀପୁର ବ୍ଲକ ପୋଡାପାଡି ପଞ୍ଚାୟତରେ ରହିଛି କାଣ୍ଡସିଲି ଗ୍ରାମ ା ଏଠାରେ ଲୋକେ ପାଣି ଟୋପାଏ ପାଇଁ ଡହଳ ବିକଳ ହେଉଛନ୍ତି ା ତେଣୁ ଚୁଆ ପାଣି ଉପରେ ନିର୍ଭର କରିବାକୁ ପଡ଼ୁଛି ା ଏମିତି କି ଗାଁକୁ ଗୋଟିଏ ଭଲ ରାସ୍ତା ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା ଏନେଇ ବାରମ୍ବାର ଜଣାଇଲେ ମଧ୍ୟ କେହି ଆମ କଥା ଶୁଣୁ ନଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି ା ଏହି ଗ୍ରାମରେ ପ୍ରାୟ ୧୪ ଆଦିବାସୀ ପରିବାର ବସବାସ କରୁଛନ୍ତି ା ଗାଁରେ ଗୋଟିଏ ନଳକୂପ ରହିଛି ା ହେଲେ ସେଥିରୁ ପାଣି ବାହାରୁ ନାହିଁ ା ଆଉ ଯେତେବେଳେ ବାହାରୁଛି ତାହା ବ୍ୟବହାର ଉପଯୋଗୀ ନୁହେଁ ା ତେଣୁ ଗାଁ ଲୋକେ ବର୍ଷ ବର୍ଷ ଧରି ପାନୀୟ ଜଳ ପାଇଁ ଅସୁବିଧା ଭୋଗୁଛନ୍ତି ା ବିଶୁଦ୍ଧ ପାନୀୟ ଜଳ ପାଇବା ସେମାନଙ୍କ ପାଇଁ ସ୍ବପ୍ନ ହୋଇଯାଇଛି ା ତେଣୁ ଲୋକେ ବାଧ୍ୟ ହୋଇ ନିକଟସ୍ଥ ନାଳ ଓ ଚୁଆ ଉପରେ ନିର୍ଭର କରିଥାନ୍ତି ା ଏହି ପଞ୍ଚାୟତରେ ବିଭିନ୍ନ ରାଜନୈତିକ ଦଳର ବରିଷ୍ଠ ନେତା ଓ ଏରିଆ ବ୍ଲକ ଚେୟାରମ୍ୟାନ୍‌ ଥିଲେ ସୁଦ୍ଧା ଉକ୍ତ ଗ୍ରାମ ପ୍ରତି କାହାରି ଆନ୍ତରିକତା ନ ଥିବା ଗ୍ରାମର ବୁଡୁ ମାଝି, କୃଷ୍ଣ ମାଝି, ଓଡ଼ିଆ ମାଝି, ସୀତାଇ ମାଝି, ପାଲଙ୍ଗ ମାଝି, କସ ମାଝି ପ୍ରମୁଖ ଗ୍ରାମବାସୀ କହିଛନ୍ତି ା ସେହିପରି କାଣ୍ଡସିଲି ଗ୍ରାମକୁ ଯିବା ପାଇଁ ଏକ ପକ୍ଲା ରାସ୍ତାଟିଏ ନାହିଁ ା ଫଳରେ ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ା ତୁରନ୍ତ ଏହି ଗ୍ରାମରେ ଏକ ପକ୍କାରାସ୍ତା ସହିତ ପାନୀୟ ଜଳ ସମସ୍ୟା ସମାଧାନ କରିବାକୁ ଦାବି ହୋଇଛି ା ଏ ନେଇ ଜେଇ ଦାମୋଦର ମଲ୍ଲିକଙ୍କୁ ପଚାରିବାରୁ, ବର୍ତ୍ତମାନ ସୁଦ୍ଧା ମୋ ପାଖରେ କେହି ସମସ୍ୟା ନେଇ ଜଣାଇ ନାହାନ୍ତି ା ତୁରନ୍ତ ଏଥିପ୍ରତି ଦୃଷ୍ଟି ଦିଆଯିବ ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri